Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 31

ଅର୍ଥୋଡକ୍ସ ପଞ୍ଜିକା · 18 ଡିସେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 31 ଡିସେମ୍ବର 2026

ଗୁରୁବାର · ପେଣ୍ଟିକଷ୍ଟ ପରେ 31ତମ ସପ୍ତାହ · ସ୍ୱର 5

ପର୍ବ ଓ ସନ୍ଥ

Martyr Sebastian at Rome with his companions: Martyrs Nicostratus, his wife Zoe, Castorius, Tranquillinus the Presbyter and his sons the Deacons Marcellinus and Mark, Claudius, his son Symphorian and brother Victorinus, Tiburtius and Castulus († c. 287)

ଜନ୍ମ ପର୍ବର ଉପବାସ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଯାକୁ 1:19–27

19ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ, 20କାରଣ ମନୁଷ୍ୟର କ୍ରୋଧ ଈଶ୍ବରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ। 21ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର। 22କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ। 23କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ, 24ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କି ପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ। 25କିନ୍ତୁ ଯେ ସିଦ୍ଧ, ଅର୍ଥାତ୍‍, ସ୍ୱାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ। 26ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା। 27ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।

ସୁସମାଚାର

ମାର୍କ 9:10–16

10ସେଥିରେ ସେମାନେ ସେହି କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଯେ କଅଣ, ସେ ବିଷୟରେ ଆପଣା ଆପଣା ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ। 11ଆଉ, ସେମାନେ ତାହାଙ୍କୁ ପଚାରିଲେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ, ଶାସ୍ତ୍ରୀମାନେ ଏହି କଥା କିପରି କହନ୍ତି? 12ସେଥିରେ ସେ ସେମାନଙ୍କୁ କହିଲେ, ଏଲୀୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖାଅଛି? 13କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ଆସି ସାରିଲେଣି, ଆଉ ତାହାଙ୍କ ବିଷୟରେ ଯେପରି ଲେଖାଅଛି, ତଦନୁସାରେ ମଧ୍ୟ ସେମାନେ ତାହାଙ୍କ ପ୍ରତି ଯାହା ଇଚ୍ଛା, ତାହା କରିଅଛନ୍ତି। 14ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି। 15ଲୋକସମୂହ ଯୀଶୁଙ୍କୁ ଦେଖିବା ମାତ୍ରେ ଅତିଶୟ ବିସ୍ମୟାନ୍ୱିତ ହେଲେ ଓ ଦୌଡ଼ିଆସି ତାହାଙ୍କୁ ନମସ୍କାର କରିବାକୁ ଲାଗିଲେ। 16ସେଥିରେ ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ସେମାନଙ୍କ ସହିତ କଅଣ ବାଦାନୁବାଦ କରୁଅଛ?

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 18 ନାଗରିକ ପଞ୍ଜିକାର ଡିସେମ୍ବର 31। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର