Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 1

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 1 ଜାନୁଆରୀ 2027

ଶୁକ୍ରବାର · ବଡ଼ଦିନ କାଳ

ପର୍ବ ଓ ସନ୍ଥ

ମରୀୟମ, ଈଶ୍ବରଙ୍କ ପବିତ୍ର ମାତା

ମହାପର୍ବ · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ଗଣ 6:22–27

22ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 23“ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣକୁ କୁହ, ‘ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ଏହିରୂପେ ଆଶୀର୍ବାଦ କରିବ; ତୁମ୍ଭେମାନେ ସେମାନଙ୍କୁ କହିବ, 24ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ; 25ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖର ତେଜ ପ୍ରକାଶ କରନ୍ତୁ ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ; 26ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ।’” 27ଏହିରୂପେ ସେମାନେ ଇସ୍ରାଏଲ-ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା।

ପ୍ରତିଉତ୍ତର ଗୀତ

ଗୀତ 67:1–2, 4–5, 7

1ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ। ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। [ସେଲା] 2ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ। 4ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। [ସେଲା] 5ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ। 7ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ।

ଦ୍ୱିତୀୟ ପାଠ

ଗାଲା 4:4–7

4କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେଲେ, 5ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ। 6ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି। 7ଏଣୁ ତୁମ୍ଭେ ଆଉ ଦାସ ନୁହଁ, କିନ୍ତୁ ପୁତ୍ର, ପୁଣି, ଯଦି ପୁତ୍ର, ତେବେ ଈଶ୍ବରଙ୍କ କର୍ତ୍ତୃକ ଉତ୍ତରାଧିକାରୀ।

ସୁସମାଚାର

ଲୂକ 2:16–21

16ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରୀୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ। 17ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ, 18ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ। 19କିନ୍ତୁ ମରୀୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ। 20ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେ ସମସ୍ତ ସକାଶେ ଈଶ୍ବରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ଫେରିଗଲେ। 21ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର