ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 1
ଅର୍ଥୋଡକ୍ସ ପଞ୍ଜିକା · 19 ଡିସେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 1 ଜାନୁଆରୀ 2027
ଶୁକ୍ରବାର · ପେଣ୍ଟିକଷ୍ଟ ପରେ 31ତମ ସପ୍ତାହ · ସ୍ୱର 5
ପର୍ବ ଓ ସନ୍ଥ
Martyr Boniface at Tarsus in Cilicia and the Righteous Aglae (Aglaida) of Rome († 290)
ଜନ୍ମ ପର୍ବର ଉପବାସ
ଉପବାସ: ତେଲ ବିନା ରନ୍ଧା ଖାଦ୍ୟ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ। 2କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି, ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ, 3ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହୁଅ, 4କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କଅଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ? 5ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି? 6କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ। ଧନୀମାନେ କଅଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ? 7ଯେଉଁ ମହତ ନାମରେ ତୁମ୍ଭେମାନେ ଖ୍ୟାତ ସେମାନେ କଅଣ ସେହି ନାମର ନିନ୍ଦା କରନ୍ତି ନାହିଁ? 8ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର, 9ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ। 10କାରଣ ଯେ କେହି ସମସ୍ତ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ। 11ଯେଣୁ ଯେ ବ୍ୟଭିଚାର କର ନାହିଁ ବୋଲି କହିଥିଲେ, ସେ ନରହତ୍ୟା କର ନାହିଁ ବୋଲି ମଧ୍ୟ କହିଥିଲେ, ଏଣୁ ତୁମ୍ଭେ ଯଦି ବ୍ୟଭିଚାର ନ କରି ନରହତ୍ୟା କର, ତେବେ ବ୍ୟବସ୍ଥା ଲଙ୍ଘନକାରୀ ହୋଇଅଛ। 12ସ୍ୱାଧୀନତାର ବ୍ୟବସ୍ଥା ଦ୍ୱାରା ଯେ ତୁମ୍ଭେମାନେ ବିଚାରିତ ହେବ, ଏହା ଜାଣି ସେହି ପ୍ରକାର କଥା କୁହ ଓ କାର୍ଯ୍ୟ କର। 13କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।
ସୁସମାଚାର
33ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ? 34କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ। 35ସେଥିରେ ଯୀଶୁ ଉପବେଶନ କରି ଦ୍ୱାଦଶ ଶିଷ୍ୟମାନଙ୍କୁ ଆହ୍ୱାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେ ସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ। 36ପୁଣି, ସେ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ, 37ଯେ କେହି ମୋʼ ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ କେବଳ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ। 38ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ। 39କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋʼ ନାମରେ ମହତର କାର୍ଯ୍ୟ କରି ହଠାତ୍ ମୋହର ନିନ୍ଦା କରିପାରିବ, ଏପରି ଲୋକ କେହି ନାହିଁ; 40କାରଣ ଯେ ଆମ୍ଭମାନଙ୍କ ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ। 41ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 19 ନାଗରିକ ପଞ୍ଜିକାର ଜାନୁଆରୀ 1। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର