ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 3
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 3 ଜାନୁଆରୀ 2027
ରବିବାର · ବଡ଼ଦିନ କାଳ
ପର୍ବ ଓ ସନ୍ଥ
ବଡ଼ଦିନ ପରେ ଦ୍ୱିତୀୟ ରବିବାର
ରବିବାର · ଉପାସନାର ରଙ୍ଗ: ଧଳା
ଯୀଶୁଙ୍କ ପରମ ପବିତ୍ର ନାମ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
ଏହି ଅନୁବାଦରେ ନାହିଁ
ପ୍ରତିଉତ୍ତର ଗୀତ
12ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର; 13କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି। 14ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି। 15ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ। 19ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି। 20ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ଦ୍ୱିତୀୟ ପାଠ
3ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି, 4ଅର୍ଥାତ୍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ; 5ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ; 6ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି। 15ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ, 16ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତ ହେଉ ନାହିଁ। 17ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ବର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି; 18ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,
ସୁସମାଚାର
1ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ, ବାକ୍ୟ ଈଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ବର ଥିଲେ। 2ସେ ଆଦ୍ୟରେ ଈଶ୍ବରଙ୍କ ସହିତ ଥିଲେ। 3ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ। 4ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ। 5ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ୱଲ୍ୟମାନ ହୋଇ ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ। 6ଈଶ୍ବରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ। 7ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ। 8ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ। 9ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ। 10ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ। 11ସେ ଆପଣା ରାଜ୍ୟକୁ ଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ। 12ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ; 13ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ବରଙ୍କଠାରୁ ଜାତ ହେଲେ। 14ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ। 15ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋʼ ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି। 16ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହପ୍ରାପ୍ତ ହୋଇଅଛୁ। 17କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା। 18କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର