ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 4
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 4 ଜାନୁଆରୀ 2027
ସୋମବାର · ବଡ଼ଦିନ କାଳ
ପର୍ବ ଓ ସନ୍ଥ
4 ଜାନୁଆରୀ
ସାଧାରଣ ଦିନ · ଉପାସନାର ରଙ୍ଗ: ଧଳା
ଦିନର ପାଠ
ପ୍ରଥମ ପାଠ
7ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ; 8ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ। 9ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ବରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ବରଙ୍କଠାରୁ ଜାତ ହେବାରୁ ପାପ କରିପାରେ ନାହିଁ। 10ଏଥିରେ କିଏ ଈଶ୍ବରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କଠାରୁ ଜାତ ନୁହେଁ।
ପ୍ରତିଉତ୍ତର ଗୀତ
1ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି। 7ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ; 8ନଦ-ନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକ ସଙ୍ଗେ ଆନନ୍ଦଗାନ କରନ୍ତୁ; 9ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।
ସୁସମାଚାର
35ତହିଁ ଆରଦିନ ପୁନର୍ବାର ଯୋହନ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣ ଠିଆ ହୋଇଥିଲେ; 36ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ। 37ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ। 38ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, “ତୁମ୍ଭେମାନେ କଅଣ ଖୋଜୁଅଛ?” ସେମାନେ ତାହାଙ୍କୁ ପଚାରିଲେ, ରାବ୍ବୀ (ଅର୍ଥାତ୍ ଗୁରୁ), ଆପଣ କେଉଁଠାରେ ରୁହନ୍ତି? 39ସେ ସେମାନଙ୍କୁ କହିଲେ, “ଆସ, ଦେଖିବ।” ସେଥିରେ ସେମାନେ ଯାଇ ତାହାଙ୍କ ବସା ଦେଖିଲେ, ପୁଣି, ସେହି ଦିନ ତାହାଙ୍କ ସାଙ୍ଗରେ ରହିଲେ; କାରଣ ସେତେବେଳେ ପ୍ରାୟ ସନ୍ଧ୍ୟା ଚାରି ଘଣ୍ଟା ହୋଇଥିଲା। 40ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରିୟ ଥିଲେ। 41ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅର୍ଥାତ୍ ଖ୍ରୀଷ୍ଟଙ୍କୁ) ଦେଖା ପାଇଅଛୁ। 42ସେ ତାହାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ଯୀଶୁ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭେ କୈଫା (ଅର୍ଥାତ୍ ପିତର) ନାମରେ ଖ୍ୟାତ ହେବ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର