Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 4

ଅର୍ଥୋଡକ୍ସ ପଞ୍ଜିକା · 22 ଡିସେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 4 ଜାନୁଆରୀ 2027

ସୋମବାର · ପେଣ୍ଟିକଷ୍ଟ ପରେ 32ତମ ସପ୍ତାହ · ସ୍ୱର 6

ପର୍ବ ଓ ସନ୍ଥ

Forefeast of the Nativity

ଜନ୍ମ ପର୍ବର ଉପବାସ

କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଯାକୁ 2:14–26

14ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ୱାସ କଅଣ ତାହାର ପରିତ୍ରାଣ କରିପାରେ? 15ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ, 16ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ? 17ସେହିପରି ମଧ୍ୟ ବିଶ୍ୱାସ, କର୍ମ ବିନା ନିଜେ ମୃତ। 18କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ୱାସ ଅଛି, ପୁଣି, ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି। 19ଈଶ୍ବର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି। 20କିନ୍ତୁ ହେ ନିର୍ବୋଧ ମନୁଷ୍ୟ, କର୍ମ ବିନା ବିଶ୍ୱାସ ଯେ ନିଷ୍ଫଳ, ଏହା କଅଣ ଜାଣିବାକୁ ଇଚ୍ଛା କରୁଅଛ? 21ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍‌ହାକଙ୍କୁ ଉତ୍ସର୍ଗ କରିବା ବେଳେ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ? 22ତୁମ୍ଭେ ଦେଖୁଅଛ ଯେ, ବିଶ୍ୱାସ ତାହାଙ୍କ କର୍ମର ସହକାରୀ ଥିଲା, ଆଉ କର୍ମ ଦ୍ୱାରା ବିଶ୍ୱାସ ସିଦ୍ଧ ହେଲା; 23ସେଥିରେ ଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା, ପୁଣି, ସେ ଈଶ୍ବରଙ୍କ ମିତ୍ର ବୋଲି ଖ୍ୟାତ ହେଲେ। 24କେବଳ ବିଶ୍ୱାସ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କର୍ମ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ତୁମ୍ଭେମାନେ ଦେଖୁଅଛ। 25ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ? 26କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ।

ସୁସମାଚାର

ମାର୍କ 9:42–10:1

42ଆଉ, ଯେ କେହି ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା। 43ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍‍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। 44[କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।] 45ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ, ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। 46[କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।] 47ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ପକାଅ; ଦୁଇ ଚକ୍ଷୁ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ; 48କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ। 49ଯେଣୁ ପ୍ରତ୍ୟେକ ଜଣ ଅଗ୍ନିରେ ଲବଣାକ୍ତ ହେବ। 50ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ୱହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ୱାଦଯୁକ୍ତ କରିବ? ତୁମ୍ଭେମାନେ ଆପଣାଠାରେ ଲବଣତ୍ଵ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ। 10:1ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ଯିହୂଦିୟା ପ୍ରଦେଶର ସୀମା ଓ ଯର୍ଦ୍ଦନ ନଦୀର ଅପର ପାରିକୁ ଆସିଲେ; ଆଉ ଲୋକସମୂହ ପୁନର୍ବାର ତାହାଙ୍କ ନିକଟରେ ଏକତ୍ର ହୁଅନ୍ତେ ସେ ନିଜ ରୀତି ଅନୁସାରେ ସେମାନଙ୍କୁ ପୁଣି, ଶିକ୍ଷା ଦେବାକୁ ଲାଗିଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 22 ନାଗରିକ ପଞ୍ଜିକାର ଜାନୁଆରୀ 4। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର