Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 5

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 5 ଜାନୁଆରୀ 2027

ମଙ୍ଗଳବାର · ବଡ଼ଦିନ କାଳ

ପର୍ବ ଓ ସନ୍ଥ

5 ଜାନୁଆରୀ

ସାଧାରଣ ଦିନ · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ପ୍ର. ଯୋହ 3:11–21

11କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ; 12ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା। 13ହେ ଭାଇମାନେ, ଜଗତ ତୁମ୍ଭମାନଙ୍କୁ ଘୃଣା କଲେ, ଆଶ୍ଚର୍ଯ୍ୟଜ୍ଞାନ କର ନାହିଁ। 14ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ। 15ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ। 16ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ। 17କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ? 18ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ। 19ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା, 20ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରିପାରିବା; କାରଣ ଈଶ୍ବର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି। 21ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,

ପ୍ରତିଉତ୍ତର ଗୀତ

ଗୀତ 100:1–5

1ଧନ୍ୟବାଦାର୍ଥକ ଗୀତ। ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। 2ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ। 3ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ। 4ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର। 5କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।

ସୁସମାଚାର

ଯୋହ 1:43–51

43ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” 44ଫିଲିପ୍ପ ବେଥ୍‌ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରିୟ ଓ ପିତରଙ୍କର ନଗର ଥିଲା। 45ଫିଲିପ୍ପ ନିଥନିୟେଲଙ୍କୁ ଦେଖା ପାଇ ତାହାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ। 46ନିଥନିୟେଲ ତାହାଙ୍କୁ ପଚାରିଲେ, “ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇପାରେ?” ଫିଲିପ୍ପ ତାହାଙ୍କୁ କହିଲେ, “ଆସି ଦେଖ।” 47ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।” 48ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରିବୃକ୍ଷ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।” 49ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା। 50ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ଡିମ୍ବିରିବୃକ୍ଷ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ୱାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ‍୍-ମହତ‍୍ ବିଷୟ ଦେଖିବ।” 51ପୁଣି, ସେ ତାହାଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ବରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର