Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 5

ଅର୍ଥୋଡକ୍ସ ପଞ୍ଜିକା · 23 ଡିସେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 5 ଜାନୁଆରୀ 2027

ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 32ତମ ସପ୍ତାହ · ସ୍ୱର 6

ପର୍ବ ଓ ସନ୍ଥ

Forefeast of the Nativity

ଜନ୍ମ ପର୍ବର ଉପବାସ

ଉପବାସ: ତେଲ ବିନା ରନ୍ଧା ଖାଦ୍ୟ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଯାକୁ 3:1–10

1ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ; ଏହା ଜାଣ ଯେ, ଆମ୍ଭେମାନେ ଯିଏ ଶିକ୍ଷା ଦେଉ, ଗୁରୁତର ଦଣ୍ଡ ପାଇବା। 2ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ। 3ଦେଖ, ଆମ୍ଭେମାନେ ଅଶ୍ୱମାନଙ୍କୁ ବଶୀଭୂତ କରିବା ନିମନ୍ତେ ସେମାନଙ୍କ ମୁଖରେ ଲଗାମ ଦେଲେ, ତଦ୍ୱାରା ସେମାନଙ୍କ ସମସ୍ତ ଶରୀର ମଧ୍ୟ ବୁଲାଉଥାଉ। 4ଏବଂ ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ। 5ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହାଗର୍ବର କଥା କହେ। ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ। 6ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ। 7କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ୱାରା ବଶରେ ରଖାଯାଇପାରେ, ପୁଣି, ବଶରେ ରଖାଯାଇଅଛି; 8କିନ୍ତୁ ଜିହ୍ୱାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ। 9ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ବରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ; 10ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ। ହେ ମୋହର ଭାଇମାନେ, ଏପରି ହେବା ଉଚିତ୍ ନୁହେଁ।

ସୁସମାଚାର

ମାର୍କ 10:2–12

2ଇତିମଧ୍ୟରେ ଫାରୂଶୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଆପଣା ସ୍ତ୍ରୀକୁ ପରିତ୍ୟାଗ କରିବା କଅଣ ପୁରୁଷ ପକ୍ଷରେ ନ୍ୟାୟସଙ୍ଗତ? 3ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି?” 4ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି। 5ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ସେ ତୁମ୍ଭମାନଙ୍କ ନିମନ୍ତେ ଏହି ଆଜ୍ଞା ଲେଖିଅଛନ୍ତି। 6କିନ୍ତୁ ସୃଷ୍ଟିର ଆରମ୍ଭରୁ ଈଶ୍ବର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ। 7ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କଠାରୁ ଅଲଗା ହେବ, ଆଉ ସେମାନେ ଦୁହେଁ ଏକାଙ୍ଗ ହେବେ। 8ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। 9ଅତଏବ, ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଭିନ୍ନ ନ କରୁ।” 10ପରେ ଶିଷ୍ୟମାନେ ଘରେ ଯୀଶୁଙ୍କୁ ଏ ବିଷୟ ପୁନର୍ବାର ପଚାରିବାକୁ ଲାଗିଲେ। 11ସେଥିରେ ସେ ସେମାନଙ୍କୁ କହିଲେ, “ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ; 12ଆଉ, ଯଦି ସ୍ତ୍ରୀ ଆପଣା ସ୍ୱାମୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ତେବେ ସେ ବ୍ୟଭିଚାର କରେ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 23 ନାଗରିକ ପଞ୍ଜିକାର ଜାନୁଆରୀ 5। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର