Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 6

ଅର୍ଥୋଡକ୍ସ ପଞ୍ଜିକା · 24 ଡିସେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 6 ଜାନୁଆରୀ 2027

ବୁଧବାର · ପେଣ୍ଟିକଷ୍ଟ ପରେ 32ତମ ସପ୍ତାହ · ସ୍ୱର 6

ପର୍ବ ଓ ସନ୍ଥ

ଜନ୍ମ ପର୍ବର ପୂର୍ବସନ୍ଧ୍ୟା

ଜନ୍ମ ପର୍ବର ଉପବାସ · କଠୋର ଉପବାସ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପ୍ରଥମ ଘଣ୍ଟା: ଭବିଷ୍ୟଦ୍‌ବାଣୀ

ମୀଖା 5:2–4

2ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି। 3ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବ ବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ। 4ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ ହେବେ।

ପ୍ରଥମ ଘଣ୍ଟା: ପତ୍ର

ଏବ୍ରୀ 1:1–12

1ଈଶ୍ବର ଅତୀତରେ ବିଭିନ୍ନ ସ୍ଥାନରେ ଓ ବିଭିନ୍ନ ପ୍ରକାରେ ଭାବବାଦୀମାନଙ୍କ ଦ୍ୱାରା ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ କଥା କହି, 2ଏହି ଶେଷକାଳରେ ତାହାଙ୍କ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ; 3ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି, 4ସେ ଯେଉଁ ପରିମାଣରେ ଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମର ଅଧିକାରୀ ହୋଇଅଛନ୍ତି, ସେହି ପରିମାଣରେ ସେ ସେମାନଙ୍କଠାରୁ ଅତ୍ୟଧିକ ମହାନ ହୋଇଅଛନ୍ତି। 5କାରଣ ଈଶ୍ବର ଦୂତମାନଙ୍କ ମଧ୍ୟରୁ କାହାକୁ କେବେ ଏହା କହିଅଛନ୍ତି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ?” ପୁନଶ୍ଚ, “ଆମ୍ଭେ ତାହାଙ୍କର ପିତା ହେବା, ଆଉ ସେ ଆମ୍ଭର ପୁତ୍ର ହେବେ?” 6ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, “ଈଶ୍ବରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ।” 7ଏକ ପକ୍ଷରେ ସେ ଦୂତମାନଙ୍କ ବିଷୟରେ କହନ୍ତି, “ସେ ଆପଣା ଦୂତମାନଙ୍କୁ ବାୟୁ ସ୍ୱରୂପ କରନ୍ତି, ପୁଣି, ଆପଣା ସେବକମାନଙ୍କୁ ଅଗ୍ନିଶିଖା ସ୍ୱରୂପ କରନ୍ତି,” 8ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ।” 9“ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ, ତେଣୁ ଈଶ୍ବର, ତୁମ୍ଭର ଈଶ୍ବର, ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା, ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷେକ କରିଅଛନ୍ତି।” 10ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ।” 11“ସେହି ସବୁ ବିନଷ୍ଟ ହେବ, କିନ୍ତୁ ତୁମ୍ଭେ ଚିରସ୍ଥାୟୀ; ଆଉ ସେହିସବୁ ବସ୍ତ୍ର ପରି କ୍ଷୟ ପାଇଯିବ,” 12“ପୁଣି, ତୁମ୍ଭେ ଚାଦର ପରି, ହଁ ବସ୍ତ୍ର ପରି ସେହିସବୁ ଗୁଡ଼ାଇବ, ଆଉ ସେହିସବୁ ପରିବର୍ତ୍ତିତ ହେବ। କିନ୍ତୁ ତୁମ୍ଭେ ସର୍ବଦା ସମାନ, ପୁଣି, ତୁମ୍ଭର ବର୍ଷସମୂହ କେବେ ଶେଷ ହେବ ନାହିଁ।”

ପ୍ରଥମ ଘଣ୍ଟା: ସୁସମାଚାର

ମାଥି 1:18–25

18ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା। 19ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ। 20କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି। 21ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।” 22ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା, 23“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।” 24ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ; 25କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହିତ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ।

ତୃତୀୟ ଘଣ୍ଟା: ଭବିଷ୍ୟଦ୍‌ବାଣୀ

ଏହି ଅନୁବାଦରେ ନାହିଁ

ତୃତୀୟ ଘଣ୍ଟା: ପତ୍ର

ଗାଲା 3:23–29

23ମାତ୍ର ସେହି ବିଶ୍ୱାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ୱାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ। 24ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକ ସ୍ୱରୂପ ହୋଇଥିଲା। 25କିନ୍ତୁ ଏବେ ସେହି ବିଶ୍ୱାସ ଉପସ୍ଥିତ ହେଲା ପରେ ଆମ୍ଭେମାନେ ଆଉ ସେହି ଶିକ୍ଷକର ଅଧୀନରେ ନାହୁଁ। 26କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଙ୍କର ସନ୍ତାନ ହୋଇଅଛ; 27ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ। 28ଯିହୁଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ। 29ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।

ତୃତୀୟ ଘଣ୍ଟା: ସୁସମାଚାର

ଲୂକ 2:1–20

1ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା। 2ସିରିୟା ପ୍ରଦେଶର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ଜନଗଣନା ହୋଇଥିଲା। 3ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ। 4ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦିୟା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ; 5ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ। 6ସେମାନେ ସେହି ସ୍ଥାନରେ ଥିବା ସମୟରେ ତାହାଙ୍କ ପ୍ରସବ କାଳ ଉପସ୍ଥିତ ହେଲା, 7ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା। 8ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ। 9ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ। 10ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି, 11କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ। 12ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୂପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ। 13ପୁଣି, ହଠାତ୍‍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ, 14“ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।” 15ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା। 16ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରୀୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ। 17ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ, 18ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ। 19କିନ୍ତୁ ମରୀୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ। 20ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେ ସମସ୍ତ ସକାଶେ ଈଶ୍ବରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ଫେରିଗଲେ।

ଷଷ୍ଠ ଘଣ୍ଟା: ଭବିଷ୍ୟଦ୍‌ବାଣୀ

ଯିଶା 7:10–16; 8:1–4, 9–10

10ଏଥିଉତ୍ତାରେ ସଦାପ୍ରଭୁ ଆହସ୍‌କୁ ଆହୁରି କହିଲେ, 11“ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।” 12ମାତ୍ର ଆହସ୍‌ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।” 13ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ? 14ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ। 15ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ। 16କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ। 8:1ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍‍-ବସ୍‍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)” 2ଆଉ, ମୁଁ ପ୍ରମାଣର ନିମନ୍ତେ ଊରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ଜିଖରୀୟକୁ ଆପଣାର ବିଶ୍ୱସ୍ତ ସାକ୍ଷୀ କରିବି। 3ଏଥିଉତ୍ତାରେ ମୁଁ ଭବିଷ୍ୟଦ୍‍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍‍-ବସ୍‍ ରଖ। 4କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦମ୍ମେଶକ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।” 9ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟିବନ୍ଧନ କର, ମଧ୍ୟ ଭଗ୍ନ ହେବ। 10ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।

ଷଷ୍ଠ ଘଣ୍ଟା: ପତ୍ର

ଏବ୍ରୀ 1:10–2:3

10ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ।” 11“ସେହି ସବୁ ବିନଷ୍ଟ ହେବ, କିନ୍ତୁ ତୁମ୍ଭେ ଚିରସ୍ଥାୟୀ; ଆଉ ସେହିସବୁ ବସ୍ତ୍ର ପରି କ୍ଷୟ ପାଇଯିବ,” 12“ପୁଣି, ତୁମ୍ଭେ ଚାଦର ପରି, ହଁ ବସ୍ତ୍ର ପରି ସେହିସବୁ ଗୁଡ଼ାଇବ, ଆଉ ସେହିସବୁ ପରିବର୍ତ୍ତିତ ହେବ। କିନ୍ତୁ ତୁମ୍ଭେ ସର୍ବଦା ସମାନ, ପୁଣି, ତୁମ୍ଭର ବର୍ଷସମୂହ କେବେ ଶେଷ ହେବ ନାହିଁ।” 13ଆଉ “ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ, ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ,” ଏହା ସେ ଦୂତମାନଙ୍କ ମଧ୍ୟରେ କାହାକୁ କେବେ କହିଅଛନ୍ତି? 14ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି? 2:1ଅତଏବ, ଶୁଣାଯାଇଥିବା ସତ୍ୟ ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ। 2କାରଣ ଦୂତମାନଙ୍କ ଦ୍ୱାରା କଥିତ ବାକ୍ୟ ଯଦି ଅଟଳ ହୋଇ ରହିଲା, ଆଉ ପ୍ରତ୍ୟେକ ଆଜ୍ଞାଲଙ୍ଘନ ଓ ଅବାଧ୍ୟତା ଯଥାର୍ଥ ଦଣ୍ଡ ପାଇଲା, 3ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;

ଷଷ୍ଠ ଘଣ୍ଟା: ସୁସମାଚାର

ମାଥି 2:1–12

1ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ, 2“ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।” 3ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍‌ବିଗ୍ନ ହେଲେ; 4ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିବା ପାଇଁ ଚେଷ୍ଟା କଲେ। 5ସେମାନେ ତାହାଙ୍କୁ କହିଲେ, ଯିହୂଦିୟା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖାଅଛି, 6“ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋʼଠାରୁ ଆସିବେ।” 7ତାହାପରେ ହେରୋଦ ପଣ୍ଡିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ଠିକ୍ ଭାବରେ ବୁଝିନେଲେ। 8ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, “ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା।” 9ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ରହିଗଲା। 10ସେମାନେ ତାରା ଦେଖି ମହାନନ୍ଦରେ ଅତିଶୟ ଆନନ୍ଦିତ ହେଲେ, 11ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରୀୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଏବଂ ଆରାଧନା କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ। 12ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ୱପ୍ନରେ ସତର୍କବାଣୀ ପାଇ ସେମାନେ ଅନ୍ୟ ପଥ ଦେଇ ଆପଣା ଦେଶକୁ ଚାଲିଗଲେ।

ନବମ ଘଣ୍ଟା: ଭବିଷ୍ୟଦ୍‌ବାଣୀ

ଯିଶା 9:6–7

6କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ। 7ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।

ନବମ ଘଣ୍ଟା: ପତ୍ର

ଏବ୍ରୀ 2:11–18

11ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି, 12ଯେପରି ସେ ଈଶ୍ବରଙ୍କୁ କହନ୍ତି, “ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସଭା ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,” 13ପୁନଶ୍ଚ କହନ୍ତି, “ମୁଁ ତାହାଙ୍କଠାରେ ମୋହର ବିଶ୍ୱାସ ରଖିବି।” ପୁନର୍ବାର, “ଏହି ଦେଖ, ମୁଁ ଓ ଈଶ୍ବରଙ୍କ ଦ୍ଵାରା ଦିଆଯାଇଥିବା ମୋହର ସନ୍ତାନମାନେ।” 14ଅତଏବ, ସନ୍ତାନମାନେ ରକ୍ତ-ମାଂସର ସହଭାଗୀ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍‍, ଶୟତାନକୁ ବିନାଶ କରିପାରନ୍ତି; 15ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି। 16କାରଣ ପ୍ରକୃତରେ ସେ ତ ଦୂତମାନଙ୍କ ଯତ୍ନ ନ ନେଇ ଅବ୍ରହାମଙ୍କ ସନ୍ତାନମାନଙ୍କ ଯତ୍ନ ନିଅନ୍ତି। 17ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି। 18କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି।

ନବମ ଘଣ୍ଟା: ସୁସମାଚାର

ମାଥି 2:13–23

13ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ।” 14ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଇଗଲେ, 15ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ।” 16ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ। 17ସେତେବେଳେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା, 18“ରାମାରେ ସ୍ୱର ଶୁଣାଗଲା, ରୋଦନ ଓ ଅତିଶୟ ବିଳାପ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଥିଲେ; ଆଉ ସେମାନେ ନାହାନ୍ତି ବୋଲି ସେ ସାନ୍ତ୍ୱନାର କଥା ମାନିବାକୁ ଇଚ୍ଛା କରୁ ନ ଥିଲେ।” 19ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ, 20“ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଯାଅ, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ, ସେମାନଙ୍କର ମୃତ୍ୟୁ ଘଟିଅଛି।” 21ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଆସିଲେ। 22ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୂଦିୟା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ୱପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ 23ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, “ସେ ନାଜରିତୀୟ ବୋଲି ଖ୍ୟାତ ହେବେ।”

ସନ୍ଧ୍ୟା ପ୍ରାର୍ଥନା: ପାଠ

ଆଦି 1:1–13

1ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ। 2ପୃଥିବୀ ନିର୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ। 3ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା। 4ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ। 5ପୁଣି, ପରମେଶ୍ୱର ଦୀପ୍ତିର ନାମ “ଦିବସ,” ଓ ଅନ୍ଧକାରର ନାମ “ରାତ୍ରି” ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା। 6ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।” 7ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା। 8ଆଉ ପରମେଶ୍ୱର ସେହି ଶୂନ୍ୟର ନାମ “ଆକାଶମଣ୍ଡଳ” ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା। 9ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା। 10ପୁଣି, ପରମେଶ୍ୱର ସ୍ଥଳର ନାମ “ପୃଥିବୀ,” ଓ ଜଳରାଶିର ନାମ “ସମୁଦ୍ର” ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ। 11ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା। 12ଅର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ। 13ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା।

ସନ୍ଧ୍ୟା ପ୍ରାର୍ଥନା: ପାଠ

ଗଣ 24:2–3, 5–9, 17–18

2ତହିଁରେ ବିଲୀୟମ୍‍ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ। 3ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି, 5ହେ ଯାକୁବ, ତୁମ୍ଭର ତମ୍ବୁସବୁ, ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କିପରି ମନୋହର! 6ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ। 7ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି, ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ। 8ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ଷଣ୍ଢ ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ। 9ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦ ପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶପ୍ତ ହେଉନ୍ତୁ।” 17ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ। 18ପୁଣି, ଇଦୋମ ଏକ ଅଧିକାର ହେବ, ଯେଉଁମାନେ ତାହାର ଶତ୍ରୁ ଥିଲେ, ଏପରି ସେୟୀର ମଧ୍ୟ ଏକ ଅଧିକାର ହେବ, ମାତ୍ର ଇସ୍ରାଏଲ ବୀରର କର୍ମ କରିବ।

ସନ୍ଧ୍ୟା ପ୍ରାର୍ଥନା: ପାଠ

ମୀଖା 4:6–7; 5:2–4

6ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପଙ୍ଗୁକୁ ସଂଗ୍ରହ କରିବା, ପୁଣି ଯେ ତାଡ଼ିତ ହୋଇଅଛି ଓ ଯାହାକୁ ଆମ୍ଭେ କ୍ଳେଶ ଦେଇଅଛୁ, ତାହାକୁ ଏକତ୍ର କରିବା। 7ପୁଣି, ଆମ୍ଭେ ପଙ୍ଗୁକୁ ଅବଶିଷ୍ଟାଂଶ କରି ରଖିବା ଓ ଯେ ଦୁରୀକୃତ ହୋଇଥିଲା, ତାହାକୁ ବଳବତୀ ଗୋଷ୍ଠୀ କରିବା ଆଉ, ସଦାପ୍ରଭୁ ଆଜିଠାରୁ ସଦାକାଳ ପର୍ଯ୍ୟନ୍ତ ସିୟୋନ ପର୍ବତରେ ସେମାନଙ୍କ ଉପରେ ରାଜତ୍ୱ କରିବେ। 5:2ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି। 3ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବ ବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ। 4ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ ହେବେ।

ସନ୍ଧ୍ୟା ପ୍ରାର୍ଥନା: ପାଠ

ଯିଶା 11:1–10

1ଏଥିଉତ୍ତାରେ ଯିଶୀର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ; 2ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ; 3ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ, 4ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ। 5ଧର୍ମ ତାହାଙ୍କ କଟିଦେଶର ପଟୁକା ଓ ବିଶ୍ୱସ୍ତତା ତାହାଙ୍କ କଟିର ପଟୁକା ହେବ। 6ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତାବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବା ସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ। 7ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ। 8ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ। 9ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ। 10ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ-ସ୍ଥାନ ଗୌରବାନ୍ୱିତ ହେବ।

ସନ୍ଧ୍ୟା ପ୍ରାର୍ଥନା: ପାଠ

ଏହି ଅନୁବାଦରେ ନାହିଁ

ସନ୍ଧ୍ୟା ପ୍ରାର୍ଥନା: ପାଠ

ଦାନି 2:31–36, 44–45

31ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା। 32ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ, ତାହାର ଉଦର ଓ ଜଙ୍ଘ ପିତ୍ତଳମୟ, 33ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା। 34ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା। 35ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା। 36ସ୍ୱପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ। 44ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାପି ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ାଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ। 45କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ।”

ସନ୍ଧ୍ୟା ପ୍ରାର୍ଥନା: ପାଠ

ଯିଶା 9:6–7

6କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ। 7ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।

ସନ୍ଧ୍ୟା ପ୍ରାର୍ଥନା: ପାଠ

ଯିଶା 7:10–16; 8:1–4, 9–10

10ଏଥିଉତ୍ତାରେ ସଦାପ୍ରଭୁ ଆହସ୍‌କୁ ଆହୁରି କହିଲେ, 11“ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।” 12ମାତ୍ର ଆହସ୍‌ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।” 13ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ? 14ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ। 15ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ। 16କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ। 8:1ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍‍-ବସ୍‍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)” 2ଆଉ, ମୁଁ ପ୍ରମାଣର ନିମନ୍ତେ ଊରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ଜିଖରୀୟକୁ ଆପଣାର ବିଶ୍ୱସ୍ତ ସାକ୍ଷୀ କରିବି। 3ଏଥିଉତ୍ତାରେ ମୁଁ ଭବିଷ୍ୟଦ୍‍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍‍-ବସ୍‍ ରଖ। 4କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦମ୍ମେଶକ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।” 9ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟିବନ୍ଧନ କର, ମଧ୍ୟ ଭଗ୍ନ ହେବ। 10ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।

ପତ୍ର (ଖ୍ରୀଷ୍ଟଙ୍କ ଜନ୍ମର ପୂର୍ବସନ୍ଧ୍ୟା ପାଇଁ)

ଏବ୍ରୀ 1:1–12

1ଈଶ୍ବର ଅତୀତରେ ବିଭିନ୍ନ ସ୍ଥାନରେ ଓ ବିଭିନ୍ନ ପ୍ରକାରେ ଭାବବାଦୀମାନଙ୍କ ଦ୍ୱାରା ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ କଥା କହି, 2ଏହି ଶେଷକାଳରେ ତାହାଙ୍କ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ; 3ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି, 4ସେ ଯେଉଁ ପରିମାଣରେ ଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମର ଅଧିକାରୀ ହୋଇଅଛନ୍ତି, ସେହି ପରିମାଣରେ ସେ ସେମାନଙ୍କଠାରୁ ଅତ୍ୟଧିକ ମହାନ ହୋଇଅଛନ୍ତି। 5କାରଣ ଈଶ୍ବର ଦୂତମାନଙ୍କ ମଧ୍ୟରୁ କାହାକୁ କେବେ ଏହା କହିଅଛନ୍ତି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ?” ପୁନଶ୍ଚ, “ଆମ୍ଭେ ତାହାଙ୍କର ପିତା ହେବା, ଆଉ ସେ ଆମ୍ଭର ପୁତ୍ର ହେବେ?” 6ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, “ଈଶ୍ବରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ।” 7ଏକ ପକ୍ଷରେ ସେ ଦୂତମାନଙ୍କ ବିଷୟରେ କହନ୍ତି, “ସେ ଆପଣା ଦୂତମାନଙ୍କୁ ବାୟୁ ସ୍ୱରୂପ କରନ୍ତି, ପୁଣି, ଆପଣା ସେବକମାନଙ୍କୁ ଅଗ୍ନିଶିଖା ସ୍ୱରୂପ କରନ୍ତି,” 8ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ।” 9“ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ, ତେଣୁ ଈଶ୍ବର, ତୁମ୍ଭର ଈଶ୍ବର, ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା, ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷେକ କରିଅଛନ୍ତି।” 10ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ।” 11“ସେହି ସବୁ ବିନଷ୍ଟ ହେବ, କିନ୍ତୁ ତୁମ୍ଭେ ଚିରସ୍ଥାୟୀ; ଆଉ ସେହିସବୁ ବସ୍ତ୍ର ପରି କ୍ଷୟ ପାଇଯିବ,” 12“ପୁଣି, ତୁମ୍ଭେ ଚାଦର ପରି, ହଁ ବସ୍ତ୍ର ପରି ସେହିସବୁ ଗୁଡ଼ାଇବ, ଆଉ ସେହିସବୁ ପରିବର୍ତ୍ତିତ ହେବ। କିନ୍ତୁ ତୁମ୍ଭେ ସର୍ବଦା ସମାନ, ପୁଣି, ତୁମ୍ଭର ବର୍ଷସମୂହ କେବେ ଶେଷ ହେବ ନାହିଁ।”

ସୁସମାଚାର (ଖ୍ରୀଷ୍ଟଙ୍କ ଜନ୍ମର ପୂର୍ବସନ୍ଧ୍ୟା ପାଇଁ)

ଲୂକ 2:1–20

1ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା। 2ସିରିୟା ପ୍ରଦେଶର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ଜନଗଣନା ହୋଇଥିଲା। 3ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ। 4ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦିୟା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ; 5ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ। 6ସେମାନେ ସେହି ସ୍ଥାନରେ ଥିବା ସମୟରେ ତାହାଙ୍କ ପ୍ରସବ କାଳ ଉପସ୍ଥିତ ହେଲା, 7ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା। 8ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ। 9ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ। 10ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି, 11କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ। 12ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୂପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ। 13ପୁଣି, ହଠାତ୍‍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ, 14“ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।” 15ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା। 16ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରୀୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ। 17ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ, 18ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ। 19କିନ୍ତୁ ମରୀୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ। 20ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେ ସମସ୍ତ ସକାଶେ ଈଶ୍ବରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ଫେରିଗଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 24 ନାଗରିକ ପଞ୍ଜିକାର ଜାନୁଆରୀ 6। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର