ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 7
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 7 ଜାନୁଆରୀ 2027
ଗୁରୁବାର · ବଡ଼ଦିନ କାଳ
ପର୍ବ ଓ ସନ୍ଥ
ପ୍ରଭୁଙ୍କ ପ୍ରକାଶ ପର୍ବ ପରର ଗୁରୁବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ପେନିଆଫୋର୍ଟର ସନ୍ଥ ରେମଣ୍ଡ, ପୁରୋହିତ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
22ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ। 23ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା। 24ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ। 4:1ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି। 2ଏହା ଦ୍ୱାରା ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ବରଙ୍କଠାରୁ ଆଗତ, 3ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ୱୀକାର ନ କରେ, ସେ ଈଶ୍ବରଙ୍କଠାରୁ ଆଗତ ନୁହେଁ; ଏହା ଭଣ୍ଡଖ୍ରୀଷ୍ଟର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି, ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି। 4ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ। 5ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ। 6କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କଠାରୁ ଜାତ; ଯେ ଈଶ୍ବରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ବରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ।
ପ୍ରତିଉତ୍ତର ଗୀତ
7ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ। 8ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା। 10ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର। 11ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର।
ସୁସମାଚାର
12ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ; 13ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ, 14ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, 15“ସବୂଲୂନ ଦେଶ ଓ ନପ୍ତାଲି ଦେଶ, ସମୁଦ୍ର ନିକଟବର୍ତ୍ତୀ ଓ ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱସ୍ଥ ଅଣଯିହୁଦୀମାନଙ୍କ ଗାଲିଲୀ, 16ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା।” 17ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, “ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।” 23ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, 24ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ। 25ପୁଣି, ଗାଲିଲୀ, ଦେକାପଲି, ଯିରୂଶାଲମ, ଯିହୂଦିୟା ପ୍ରଦେଶ ଓ ଯର୍ଦ୍ଦନ ନଦୀର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଶ୍ଚାତ୍ଗମନ କଲେ।
ଆଜିର ସନ୍ଥ
- ପେନିଆଫୋର୍ଟର ସନ୍ଥ ରେମଣ୍ଡ, ପୁରୋହିତ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର