ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 7
ଅର୍ଥୋଡକ୍ସ ପଞ୍ଜିକା · 25 ଡିସେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 7 ଜାନୁଆରୀ 2027
ଗୁରୁବାର · ପେଣ୍ଟିକଷ୍ଟ ପରେ 32ତମ ସପ୍ତାହ · ସ୍ୱର 6
ପର୍ବ ଓ ସନ୍ଥ
The Nativity of our Lord God and Savior Jesus Christ
ଖ୍ରୀଷ୍ଟଜନ୍ମ ଋତୁ (Svyatki)
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନା: ସୁସମାଚାର
18ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା। 19ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ। 20କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି। 21ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।” 22ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା, 23“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।” 24ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ; 25କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହିତ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ।
ପତ୍ର (ଜନ୍ମ ପର୍ବ ପାଇଁ)
4କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେଲେ, 5ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ। 6ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି। 7ଏଣୁ ତୁମ୍ଭେ ଆଉ ଦାସ ନୁହଁ, କିନ୍ତୁ ପୁତ୍ର, ପୁଣି, ଯଦି ପୁତ୍ର, ତେବେ ଈଶ୍ବରଙ୍କ କର୍ତ୍ତୃକ ଉତ୍ତରାଧିକାରୀ।
ସୁସମାଚାର (ଜନ୍ମ ପର୍ବ ପାଇଁ)
1ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ, 2“ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।” 3ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍ବିଗ୍ନ ହେଲେ; 4ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିବା ପାଇଁ ଚେଷ୍ଟା କଲେ। 5ସେମାନେ ତାହାଙ୍କୁ କହିଲେ, ଯିହୂଦିୟା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖାଅଛି, 6“ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋʼଠାରୁ ଆସିବେ।” 7ତାହାପରେ ହେରୋଦ ପଣ୍ଡିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ଠିକ୍ ଭାବରେ ବୁଝିନେଲେ। 8ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, “ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା।” 9ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ରହିଗଲା। 10ସେମାନେ ତାରା ଦେଖି ମହାନନ୍ଦରେ ଅତିଶୟ ଆନନ୍ଦିତ ହେଲେ, 11ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରୀୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଏବଂ ଆରାଧନା କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ। 12ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ୱପ୍ନରେ ସତର୍କବାଣୀ ପାଇ ସେମାନେ ଅନ୍ୟ ପଥ ଦେଇ ଆପଣା ଦେଶକୁ ଚାଲିଗଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 25 ନାଗରିକ ପଞ୍ଜିକାର ଜାନୁଆରୀ 7। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର