ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 8
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 8 ଜାନୁଆରୀ 2027
ଶୁକ୍ରବାର · ବଡ଼ଦିନ କାଳ
ପର୍ବ ଓ ସନ୍ଥ
ପ୍ରଭୁଙ୍କ ପ୍ରକାଶ ପର୍ବ ପରର ଶୁକ୍ରବାର
ସାଧାରଣ ଦିନ · ଉପାସନାର ରଙ୍ଗ: ଧଳା
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
7ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ବରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ବରଙ୍କଠାରୁ ଜାତ ଓ ଈଶ୍ବରଙ୍କୁ ଜାଣେ। 8ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ। 9ଏଥିରେ ହିଁ ଈଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ। 10ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ।
ପ୍ରତିଉତ୍ତର ଗୀତ
1ଶଲୋମନଙ୍କର ଗୀତ। ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର। 2ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ। 3ଧର୍ମ ଦ୍ୱାରା ପର୍ବତଗଣ ଓ ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ। 4ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ। 7ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ। 8ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ।
ସୁସମାଚାର
34ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି, ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ। 35ବେଳ ବହୁତ ହେବାରୁ ତାହାଙ୍କ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ନିର୍ଜନ, ପୁଣି, ବହୁତ ବେଳ ହେଲାଣି; 36ଲୋକମାନେ ଯେପରି ଚତୁର୍ଦ୍ଦିଗରେ ପଲ୍ଲୀ ଓ ଗ୍ରାମମାନଙ୍କୁ ଯାଇ ଆପଣା ଆପଣା ନିମନ୍ତେ ଖାଇବା ପାଇଁ କିଛି କିଣନ୍ତି, ଏଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ। 37କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କଅଣ ଯାଇ ଦୁଇ ଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି କିଣି ଏମାନଙ୍କୁ ଭୋଜନ କରାଇବା? 38ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି? ଯାଇ ଦେଖ।” ସେମାନେ ବୁଝି ଆସି ତାହାଙ୍କୁ କହିଲେ, ପାଞ୍ଚୋଟି, ପୁଣି, ଦୁଇଟି ମାଛ। 39ସେଥିରେ ସମସ୍ତେ ଯେପରି ଦଳ ଦଳ ହୋଇ କଅଁଳ ଘାସ ଉପରେ ବସନ୍ତି, ଏଥିପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ। 40ତହିଁରେ ସେମାନେ ଶହ ଶହ ଓ ପଚାଶ ପଚାଶ ଜଣ କରି ଦଳ ଦଳ ହୋଇ ବସିଲେ। 41ପୁଣି ଯୀଶୁ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଘେନି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟିଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ। ପୁଣି, ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ। 42ସେଥିରେ ସମସ୍ତେ ଭୋଜନ କରି ତୃପ୍ତ ହେଲେ, 43ଆଉ ସେମାନେ ଭଙ୍ଗା ରୁଟିର ବଳକା ଉଠାଇ ବାର ଟୋକେଇ ଭର୍ତ୍ତି କଲେ ଏବଂ ଭାଗ କରାଯାଇଥିବା ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ। 44ରୁଟି ଖାଇବା ଲୋକମାନେ ପାଞ୍ଚ ହଜାର ପୁରୁଷ ଥିଲେ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର