Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 8

ଅର୍ଥୋଡକ୍ସ ପଞ୍ଜିକା · 26 ଡିସେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 8 ଜାନୁଆରୀ 2027

ଶୁକ୍ରବାର · ପେଣ୍ଟିକଷ୍ଟ ପରେ 32ତମ ସପ୍ତାହ · ସ୍ୱର 6

ପର୍ବ ଓ ସନ୍ଥ

Afterfeast of the Nativity of Christ

ଖ୍ରୀଷ୍ଟଜନ୍ମ ଋତୁ (Svyatki)

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର (ଈଶ୍ବରଜନନୀଙ୍କ ପାଇଁ)

ଏବ୍ରୀ 2:11–18

11ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି, 12ଯେପରି ସେ ଈଶ୍ବରଙ୍କୁ କହନ୍ତି, “ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସଭା ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,” 13ପୁନଶ୍ଚ କହନ୍ତି, “ମୁଁ ତାହାଙ୍କଠାରେ ମୋହର ବିଶ୍ୱାସ ରଖିବି।” ପୁନର୍ବାର, “ଏହି ଦେଖ, ମୁଁ ଓ ଈଶ୍ବରଙ୍କ ଦ୍ଵାରା ଦିଆଯାଇଥିବା ମୋହର ସନ୍ତାନମାନେ।” 14ଅତଏବ, ସନ୍ତାନମାନେ ରକ୍ତ-ମାଂସର ସହଭାଗୀ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍‍, ଶୟତାନକୁ ବିନାଶ କରିପାରନ୍ତି; 15ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି। 16କାରଣ ପ୍ରକୃତରେ ସେ ତ ଦୂତମାନଙ୍କ ଯତ୍ନ ନ ନେଇ ଅବ୍ରହାମଙ୍କ ସନ୍ତାନମାନଙ୍କ ଯତ୍ନ ନିଅନ୍ତି। 17ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି। 18କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି।

ସୁସମାଚାର (ଈଶ୍ବରଜନନୀଙ୍କ ପାଇଁ)

ମାଥି 2:13–23

13ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ।” 14ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଇଗଲେ, 15ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ।” 16ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ। 17ସେତେବେଳେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା, 18“ରାମାରେ ସ୍ୱର ଶୁଣାଗଲା, ରୋଦନ ଓ ଅତିଶୟ ବିଳାପ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଥିଲେ; ଆଉ ସେମାନେ ନାହାନ୍ତି ବୋଲି ସେ ସାନ୍ତ୍ୱନାର କଥା ମାନିବାକୁ ଇଚ୍ଛା କରୁ ନ ଥିଲେ।” 19ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ, 20“ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଯାଅ, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ, ସେମାନଙ୍କର ମୃତ୍ୟୁ ଘଟିଅଛି।” 21ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଆସିଲେ। 22ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୂଦିୟା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ୱପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ 23ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, “ସେ ନାଜରିତୀୟ ବୋଲି ଖ୍ୟାତ ହେବେ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 26 ନାଗରିକ ପଞ୍ଜିକାର ଜାନୁଆରୀ 8। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର