ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 9
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 9 ଜାନୁଆରୀ 2027
ଶନିବାର · ବଡ଼ଦିନ କାଳ
ପର୍ବ ଓ ସନ୍ଥ
ପ୍ରଭୁଙ୍କ ପ୍ରକାଶ ପର୍ବ ପରର ଶନିବାର
ସାଧାରଣ ଦିନ · ଉପାସନାର ରଙ୍ଗ: ଧଳା
ଦିନର ପାଠ
ପ୍ରଥମ ପାଠ
11ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍। 12କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ବର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି। 13ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି। 14ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ। 15ଯେ କେହି ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ବର ତାହାଠାରେ ଅଛନ୍ତି ଓ ସେ ଈଶ୍ବରଙ୍କଠାରେ ଅଛି। 16ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି। 17ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ। 18ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।
ପ୍ରତିଉତ୍ତର ଗୀତ
1ଶଲୋମନଙ୍କର ଗୀତ। ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର। 2ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ। 10ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସବାର ରାଜାଗଣ ଭେଟି ଦାନ କରିବେ। 11ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ। 12କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ। 13ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ।
ସୁସମାଚାର
45ସେହିକ୍ଷଣି ସେ ଆପଣା ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ବେଥ୍ସାଇଦା ଆଡ଼କୁ ଅପର ପାରିକୁ ଆଗରେ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ। 46ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ। 47ସନ୍ଧ୍ୟା ହେବା ପରେ ନୌକାଟି ସମୁଦ୍ରର ମଧ୍ୟଭାଗରେ ଥିଲା ଓ ସେ ସ୍ଥଳରେ ଏକାକୀ ଥିଲେ। 48ପ୍ରତିକୂଳ ବାୟୁ ହେତୁ ସେମାନଙ୍କୁ ନୌକା ବାହିବାରେ କଷ୍ଟ ପାଉଥିବା ଦେଖି ସେ ପ୍ରାୟ ରାତ୍ରିର ଚତୁର୍ଥ ପ୍ରହରରେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ଆଉ ସେମାନଙ୍କ ପାଖ ଦେଇ ଆଗକୁ ଚାଲିବା ପାଇଁ ଉଦ୍ୟତ ଥିଲେ। 49କିନ୍ତୁ ସେମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବା ଦେଖି ଭୂତ ବୋଲି ଭାବି ଚିତ୍କାର କଲେ, 50କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍ବିଗ୍ନ ହୋଇଥିଲେ। ମାତ୍ର ସେ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, “ସାହସ ଧର, ଏ ତ ମୁଁ, ଭୟ କର ନାହିଁ।” 51ପୁଣି, ସେ ସେମାନଙ୍କ ନିକଟକୁ ଯାଇ ନୌକାରେ ଚଢ଼ିଲେ, ଆଉ ପବନ ବନ୍ଦ ହେଲା। ସେଥିରେ ସେମାନେ ମନେ ମନେ ଅତ୍ୟନ୍ତ ଆଚମ୍ଭିତ ହେଲେ, 52କାରଣ ରୁଟିର ଘଟଣାରେ ସେମାନଙ୍କର ଜ୍ଞାନ ଜନ୍ମି ନ ଥିଲା, ଯେଣୁ ସେମାନଙ୍କ ହୃଦୟ ଜଡ଼ ହୋଇଥିଲା।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର