ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 9
ଅର୍ଥୋଡକ୍ସ ପଞ୍ଜିକା · 27 ଡିସେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 9 ଜାନୁଆରୀ 2027
ଶନିବାର · ପେଣ୍ଟିକଷ୍ଟ ପରେ 32ତମ ସପ୍ତାହ · ସ୍ୱର 6
ପର୍ବ ଓ ସନ୍ଥ
ଜନ୍ମ ପର୍ବ ପରର ଶନିବାର
ଖ୍ରୀଷ୍ଟଜନ୍ମ ଋତୁ (Svyatki)
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର (ଖ୍ରୀଷ୍ଟଙ୍କ ଜନ୍ମ ପରର ଶନିବାର ପାଇଁ)
11କିନ୍ତୁ ହେ ଈଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ବରପରାୟଣତା, ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ। 12ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ। 13ସମସ୍ତଙ୍କ ଜୀବନଦାତା ଈଶ୍ବରଙ୍କ ସାକ୍ଷାତରେ, ପୁଣି, ପନ୍ତିୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି, 14ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ରୁହ। 15ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ, 16ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍।
ପତ୍ର
14ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ। 15ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ। 16ସର୍ବଦା ଆନନ୍ଦ କର; ନିରନ୍ତର ପ୍ରାର୍ଥନା କର; 17ସବୁ ଅବସ୍ଥାରେ ଧନ୍ୟବାଦ ଦିଅ; 18କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ। 19ପବିତ୍ର ଆତ୍ମାଙ୍କୁ ନିର୍ବାଣ ନ କର; 20ଭାବବାଣୀ ତୁଚ୍ଛ କର ନାହିଁ; 21ବରଂ ସମସ୍ତ ବିଷୟ ପରୀକ୍ଷା କର; 22ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ। 23ଶାନ୍ତିଦାତା ଈଶ୍ବର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।
ପତ୍ର (ସନ୍ଥ ସ୍ତିଫାନଙ୍କ ପାଇଁ)
8ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ। 9କିନ୍ତୁ ଲିବର୍ତ୍ତୀନ, କୂରୀଣୀୟ ଓ ଆଲେକଜାଣ୍ଡ୍ରୀୟ ସହରମାନଙ୍କରେ ନିବାସୀମାନଙ୍କ ନାମରେ ଖ୍ୟାତ ଯିହୁଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଏସିଆ ଅଞ୍ଚଳଗୁଡ଼ିକରେ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, 10ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ। 11ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଈଶ୍ବରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ। 12ଆଉ, ସେମାନେ ଜନସାଧାରଣଙ୍କୁ, ପୁଣି, ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କୁ ଉତ୍ତେଜିତ କରି ତାହାଙ୍କୁ ଆକ୍ରମଣ କଲେ ଓ ତାହାଙ୍କୁ ବଳରେ ଧରି ମହାସଭାକୁ ଆଣିଲେ, 13ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ, ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ, 14କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ୱଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହିସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ। 15ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ। 7:1ସେଥିରେ ମହାଯାଜକ ପଚାରିଲେ, ଏହି ସମସ୍ତ ଅଭିଯୋଗ କି ସତ୍ୟ? 2ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ। ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣ ନଗରରେ ବାସ କରିବା ପୂର୍ବେ ଯେତେବେଳେ ସେ ମେସୋପଟାମିଆ ଦେଶରେ ଥିଲେ, ସେତେବେଳେ ଗୌରବମୟ ଈଶ୍ବର ତାହାଙ୍କୁ ଦର୍ଶନ ଦେଇ କହିଲେ, 3ତୁମ୍ଭେ ସ୍ୱଦେଶରୁ ଓ ଆପଣା ଆତ୍ମୀୟମାନଙ୍କ ମଧ୍ୟରୁ ବାହାରି ଆସ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଦେଶ ଦେଖାଇବା, ସେହି ଦେଶକୁ ଯାଅ। 4ସେଥିରେ କଲଦୀୟମାନଙ୍କ ଦେଶରୁ ବାହାରି ସେ ହାରଣରେ ବାସ କଲେ, ପୁଣି, ତାହାଙ୍କ ପିତାଙ୍କ ମୃତ୍ୟୁ ଉତ୍ତାରେ ସେଠାରୁ, ଆପଣମାନେ ଏବେ ଯେଉଁ ଦେଶରେ ବାସ କରୁଅଛନ୍ତି, ଏହି ଦେଶକୁ ଈଶ୍ବର ତାହାଙ୍କୁ ନେଇ ଆସିଲେ, 5ଆଉ, ସେ ତାହାଙ୍କୁ ସେଥିରେ କୌଣସି ଅଧିକାର ଦେଲେ ନାହିଁ, ନା, ଏକ ପାଦ ପରିମିତ ଭୂମି ହିଁ ଦେଲେ ନାହିଁ, ପୁଣି, ସେତେବେଳେ ତାହାଙ୍କର ସନ୍ତାନ ନ ଥିଲେ ସୁଦ୍ଧା ସେ ତାହାଙ୍କୁ ଓ ତାହାଙ୍କ ଭବିଷ୍ୟତ ବଂଶଧରକୁ ତାହା ଅଧିକାର କରିବା ନିମନ୍ତେ ଦେବେ ବୋଲି ପ୍ରତିଜ୍ଞା କଲେ। 47କିନ୍ତୁ ଶଲୋମନ ଈଶ୍ବରଙ୍କ ନିମନ୍ତେ ଗୋଟିଏ ମନ୍ଦିର ନିର୍ମାଣ କଲେ। 48ତଥାପି ଯେ ମହାନ ଈଶ୍ବର, ସେ ହସ୍ତନିର୍ମିତ ଗୃହରେ ବାସ କରନ୍ତି ନାହିଁ, ଯେପରି ଭାବବାଦୀ କହନ୍ତି, 49‘ସ୍ୱର୍ଗ ଆମ୍ଭର ସିଂହାସନ, ପୃଥିବୀ ଆମ୍ଭର ପାଦପୀଠ; ପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ନିମନ୍ତେ କି ପ୍ରକାର ଗୃହ ନିର୍ମାଣ କରିବ? କିମ୍ବା ଆମ୍ଭର ବିଶ୍ରାମସ୍ଥାନ କାହିଁ? 50ଆମ୍ଭର ହସ୍ତ କଅଣ ଏହି ସମସ୍ତ ବିଷୟ ସୃଷ୍ଟି କରି ନାହିଁ?’ 51ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃ-ପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି। 52ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃ-ପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି; 53ଆପଣମାନେ ଦୂତମାନଙ୍କ ଦ୍ୱାରା ଆଦିଷ୍ଟ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ।” 54ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ। 55କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ୱର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ବରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖି କହିଲେ, 56“ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି।” 57କିନ୍ତୁ ସେମାନେ ଉଚ୍ଚସ୍ୱରରେ ଚିତ୍କାର କରି ଆପଣା ଆପଣା କର୍ଣ୍ଣ ବନ୍ଦ କଲେ, ଆଉ ଏକସଙ୍ଗରେ ତାହାଙ୍କ ଉପରେ ମାଡ଼ିପଡ଼ିଲେ, 58ପୁଣି, ସେମାନେ ତାହାଙ୍କୁ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ। 59ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର।” 60ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।
ସୁସମାଚାର (ଖ୍ରୀଷ୍ଟଙ୍କ ଜନ୍ମ ପରର ଶନିବାର ପାଇଁ)
15ଯୀଶୁ ତାହା ଜାଣି ସେଠାରୁ ଅଲଗା ହୋଇ ବାହାରିଗଲେ, ପୁଣି, ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ 16ଏବଂ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଦୃଢ଼ରୂପେ ଆଜ୍ଞା ଦେଲେ, 17ଯେପରି, ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, 18ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରାଇବା, ଆଉ ସେ ଅଣଯିହୁଦୀମାନଙ୍କ ପାଖରେ ନ୍ୟାୟବିଚାର ପ୍ରଚାର କରିବେ। 19ସେ ବିବାଦ କରିବେ ନାହିଁ, କିମ୍ବା ଉଚ୍ଚସ୍ୱର କରିବେ ନାହିଁ, କିମ୍ବା ଦାଣ୍ଡରେ କେହି ତାହାଙ୍କ ସ୍ୱର ଶୁଣିବ ନାହିଁ। 20ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା-ନଳ ଭାଙ୍ଗିବେ ନାହିଁ, ପୁଣି, ସଧୂମ ସଳିତା ଲିଭାଇବେ ନାହିଁ। 21ଆଉ, ତାହାଙ୍କ ନାମରେ ଅଣଯିହୁଦୀମାନେ ଭରସା ରଖିବେ।
ସୁସମାଚାର
10ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ। 11ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ? 12ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ? 13କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରିପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାରିବ ନାହିଁ।” 14ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। 15ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ବର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ବରଙ୍କ ଦୃଷ୍ଟିରେ ଘୃଣିତ।
ସୁସମାଚାର (ସନ୍ଥ ସ୍ତିଫାନଙ୍କ ପାଇଁ)
33“ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ। 34ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ। 35କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫୋପାଡ଼ି ମାରିପକାଇଲେ। 36ପୁଣି, ଥରେ ସେ ପ୍ରଥମ ଥର ଅପେକ୍ଷା ଅଧିକ ସଂଖ୍ୟକ ଦାସ ପଠାଇଲେ, ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ। 37‘କିନ୍ତୁ ମୋହର ପୁଅକୁ ସେମାନେ ମାନ୍ୟ କରିବେ,’ ଏହା କହି ସେ ପରେ ଆପଣା ପୁତ୍ରକୁ ସେମାନଙ୍କ ନିକଟକୁ ପଠାଇଲେ। 38ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ‘ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ।’ 39ଆଉ ସେମାନେ ତାହାଙ୍କୁ ଧରି ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ମାରିଦେଲେ। 40ଅତଏବ ଯେତେବେଳେ ସେହି ଦ୍ରାକ୍ଷାକ୍ଷେତ୍ରର ମାଲିକ ଆସିବେ, ସେତେବେଳେ ସେହି କୃଷକମାନଙ୍କ ପ୍ରତି ସେ କଅଣ କରିବେ?” 41ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁର ଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ। 42ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?’
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 27 ନାଗରିକ ପଞ୍ଜିକାର ଜାନୁଆରୀ 9। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର