Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 11

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 11 ଜାନୁଆରୀ 2027

ସୋମବାର · ସାଧାରଣ କାଳର ପ୍ରଥମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର ପ୍ରଥମ ସପ୍ତାହର ସୋମବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଏବ୍ରୀ 1:1–6

1ଈଶ୍ବର ଅତୀତରେ ବିଭିନ୍ନ ସ୍ଥାନରେ ଓ ବିଭିନ୍ନ ପ୍ରକାରେ ଭାବବାଦୀମାନଙ୍କ ଦ୍ୱାରା ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ କଥା କହି, 2ଏହି ଶେଷକାଳରେ ତାହାଙ୍କ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ; 3ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି, 4ସେ ଯେଉଁ ପରିମାଣରେ ଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମର ଅଧିକାରୀ ହୋଇଅଛନ୍ତି, ସେହି ପରିମାଣରେ ସେ ସେମାନଙ୍କଠାରୁ ଅତ୍ୟଧିକ ମହାନ ହୋଇଅଛନ୍ତି। 5କାରଣ ଈଶ୍ବର ଦୂତମାନଙ୍କ ମଧ୍ୟରୁ କାହାକୁ କେବେ ଏହା କହିଅଛନ୍ତି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ?” ପୁନଶ୍ଚ, “ଆମ୍ଭେ ତାହାଙ୍କର ପିତା ହେବା, ଆଉ ସେ ଆମ୍ଭର ପୁତ୍ର ହେବେ?” 6ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, “ଈଶ୍ବରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ।”

ପ୍ରତିଉତ୍ତର ଗୀତ

ଗୀତ 97:1–2, 6–7, 9

1ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ। 2ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ। 6ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି। 7ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର। 9କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ।

ସୁସମାଚାର

ମାର୍କ 1:14–20

14ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ବରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ, 15“କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ବରଙ୍କ ରାଜ୍ୟ ସନ୍ନିକଟ; ମନ-ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର।” 16ସେ ଗାଲିଲୀ ସମୁଦ୍ରକୂଳ ଦେଇ ଯାଉଥିବା ସମୟରେ ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ। 17ଯୀଶୁ ସେମାନଙ୍କୁ କହିଲେ, “ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।” 18ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ। 19ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ନୌକାରେ ଜାଲ ସଜାଡ଼ୁଥିବା ଦେଖିଲେ। 20ସେହିକ୍ଷଣି ସେ ସେମାନଙ୍କୁ ଡାକିଲେ, ପୁଣି, ସେମାନେ ସେମାନଙ୍କର ପିତା ଜେବଦୀଙ୍କୁ ମୂଲିଆମାନଙ୍କ ସହିତ ନୌକାରେ ଛାଡ଼ି ତାହାଙ୍କର ଅନୁଗମନ କଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର