Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 11

ଅର୍ଥୋଡକ୍ସ ପଞ୍ଜିକା · 29 ଡିସେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 11 ଜାନୁଆରୀ 2027

ସୋମବାର · ପେଣ୍ଟିକଷ୍ଟ ପରେ 33ତମ ସପ୍ତାହ · ସ୍ୱର 7

ପର୍ବ ଓ ସନ୍ଥ

Afterfeast of the Nativity of Our Lord

ଖ୍ରୀଷ୍ଟଜନ୍ମ ଋତୁ (Svyatki)

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଦ୍ଵି.ତୀମ 2:20–26

20ଗୋଟିଏ ବଡ଼ ଘରେ ଯେ କେବଳ ସୁନା ଓ ରୂପାର ପାତ୍ର ଥାଏ, ତାହା ନୁହେଁ, ମାତ୍ର କାଠ ଓ ମାଟିର ପାତ୍ର ମଧ୍ୟ ଥାଏ; କେତେକ ସମାଦର ଓ କେତେକ ଅନାଦର ନିମନ୍ତେ ଥାଏ। 21ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ନିଜକୁ ଶୁଚି ରଖେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି, ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ। 22କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ। 23ଅଜ୍ଞାନୀ ଓ ମୂର୍ଖମାନଙ୍କର ଯୁକ୍ତିତର୍କ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହିସବୁ ଅଗ୍ରାହ୍ୟ କର। 24ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ; 25ତାହାହେଲେ କେଜାଣି ଈଶ୍ବର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନ-ପରିବର୍ତ୍ତନରୂପ ବର ଦେବେ, 26ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ।

ସୁସମାଚାର

ମାର୍କ 10:46–52

46ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ୱରେ ବସିଥିଲା। 47ସେ ଯେ ନାଜରିତୀୟ ଯୀଶୁ, ଏହା ଶୁଣି ସେ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ଯୀଶୁ, ମୋତେ ଦୟା କରନ୍ତୁ। 48ଏଥିରେ ଅନେକେ ତାହାକୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ। 49ସେଥିରେ ଯୀଶୁ ଠିଆ ହୋଇ କହିଲେ, “ତାହାକୁ ଡାକ।” ସେମାନେ ସେହି ଅନ୍ଧ ଲୋକଟିକୁ ଡାକି କହିଲେ, ସାହସ ଧର, ଉଠ, ସେ ତୁମକୁ ଡାକୁଅଛନ୍ତି। 50ତହିଁରେ ସେ ଆପଣା ଚାଦର ଫୋପାଡ଼ିଦେଇ ଉଠି ଯୀଶୁଙ୍କ ନିକଟକୁ ଆସିଲା। 51ଯୀଶୁ ତାହାକୁ ଉତ୍ତର ଦେଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?” ସେହି ଅନ୍ଧ ଲୋକଟି ତାହାଙ୍କୁ କହିଲା, ହେ ଗୁରୁ, ମୁଁ ଯେପରି ଦୃଷ୍ଟି ପାଏ। 52ଯୀଶୁ ତାହାକୁ କହିଲେ, “ଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।” ତତ୍‌କ୍ଷଣାତ୍ ସେ ଦୃଷ୍ଟି ପାଇ ପଥରେ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 29 ନାଗରିକ ପଞ୍ଜିକାର ଜାନୁଆରୀ 11। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର