Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 12

ଅର୍ଥୋଡକ୍ସ ପଞ୍ଜିକା · 30 ଡିସେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 12 ଜାନୁଆରୀ 2027

ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 33ତମ ସପ୍ତାହ · ସ୍ୱର 7

ପର୍ବ ଓ ସନ୍ଥ

Afterfeast of the Nativity of Our Lord

ଖ୍ରୀଷ୍ଟଜନ୍ମ ଋତୁ (Svyatki)

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଦ୍ଵି.ତୀମ 3:16–4:4

16ସମସ୍ତ ଶାସ୍ତ୍ର ଈଶ୍ବର ନିଶ୍ଵସିତ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ, 17ଯେପରି ଈଶ୍ବରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ। 4:1ମୁଁ ଈଶ୍ବରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ସାକ୍ଷାତରେ ପୁଣି ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି, 2ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍‌ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର। 3କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ, 4ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ।

ସୁସମାଚାର

ମାର୍କ 11:11–23

11ପରେ ସେ ଯିରୂଶାଲମ ସହରକୁ ଆସି ମନ୍ଦିରରେ ପ୍ରବେଶ କଲେ, ପୁଣି, ଚତୁର୍ଦ୍ଦିଗସ୍ଥ ସମସ୍ତ ବିଷୟ ନିରୀକ୍ଷଣ କରି ସନ୍ଧ୍ୟା ହୋଇଯିବାରୁ ବାର ଶିଷ୍ୟଙ୍କ ସହିତ ବେଥନୀୟାକୁ ବାହାରିଗଲେ। 12ତହିଁ ଆରଦିନ ବେଥନୀୟାରୁ ଆସୁଥିବା ସମୟରେ ଯୀଶୁ କ୍ଷୁଧିତ ହେଲେ; 13ଆଉ ସେ ଦୂରରୁ ପତ୍ର ଥିବା ଗୋଟିଏ ଡିମ୍ବିରିବୃକ୍ଷ ଦେଖି, କେଜାଣି ସେଥିରୁ ଫଳ ପାଇବେ, ଏହି ଆଶାରେ ତାହା ପାଖକୁ ଗଲେ। କିନ୍ତୁ ପାଖକୁ ଆସି ସେ ପତ୍ର ବିନା ଆଉ କିଛି ପାଇଲେ ନାହିଁ, କାରଣ ସେତେବେଳେ ଡିମ୍ବିରିଫଳର ସମୟ ନ ଥିଲା। 14ସେଥିରେ ଯୀଶୁ ତାହାକୁ କହିଲେ, “ଆଉ କଦାପି କେହି ତୋʼଠାରୁ ଫଳ ନ ଖାଉ।” ତାହାଙ୍କ ଶିଷ୍ୟମାନେ ଏହି କଥା ଶୁଣିଲେ। 15ତାହା ପରେ ସେମାନେ ଯିରୂଶାଲମ ସହରକୁ ଆସିଲେ, ଆଉ ଯୀଶୁ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କ୍ରୟବିକ୍ରୟ କରୁଥିବା ଲୋକମାନଙ୍କୁ ବାହାର କରିଦେବାକୁ ଲାଗିଲେ, ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା-ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ, 16ଆଉ ମନ୍ଦିର ମଧ୍ୟ ଦେଇ କାହାରିକୁ କୌଣସି ପାତ୍ର ଘେନିଯିବାକୁ ଅନୁମତି ଦେଲେ ନାହିଁ, 17ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, “ଏହା କଅଣ ଲେଖା ନାହିଁ, ‘ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ?’ କିନ୍ତୁ ତୁମ୍ଭେମାନେ ତାହାକୁ ଡକାଇତମାନଙ୍କ ଗହ୍ୱର କରିଅଛ।” 18ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରିପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ। 19ପ୍ରତିଦିନ ସନ୍ଧ୍ୟା ସମୟରେ ସେମାନେ ନଗରରୁ ବାହାରି ଯାଉଥିଲେ। 20ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମ୍ବିରିବୃକ୍ଷଟି ମୂଳରୁ ଶୁଖିଯାଇଥିବା ଦେଖିଲେ। 21ସେଥିରେ ପିତର ପୂର୍ବ କଥା ସ୍ମରଣ କରି ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, ଆପଣ ଯେଉଁ ଡିମ୍ବିରିବୃକ୍ଷକୁ ଅଭିଶାପ ଦେଇଥିଲେ, ତାହା ଶୁଖିଗଲାଣି। 22ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବରଙ୍କଠାରେ ବିଶ୍ୱାସ ରଖ। 23ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଏହି ପର୍ବତକୁ ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ୱାସ କରିବ, ତାʼ ନିମନ୍ତେ ତାହା ଘଟିବ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 30 ନାଗରିକ ପଞ୍ଜିକାର ଜାନୁଆରୀ 12। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର