Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 13

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 13 ଜାନୁଆରୀ 2027

ବୁଧବାର · ସାଧାରଣ କାଳର ପ୍ରଥମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର ପ୍ରଥମ ସପ୍ତାହର ବୁଧବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ପୋଇଟିୟର୍ସର ସନ୍ଥ ହିଲାରୀ, ଧର୍ମାଧ୍ୟକ୍ଷ ଓ ମଣ୍ଡଳୀର ଆଚାର୍ଯ୍ୟ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଏବ୍ରୀ 2:14–18

14ଅତଏବ, ସନ୍ତାନମାନେ ରକ୍ତ-ମାଂସର ସହଭାଗୀ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍‍, ଶୟତାନକୁ ବିନାଶ କରିପାରନ୍ତି; 15ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି। 16କାରଣ ପ୍ରକୃତରେ ସେ ତ ଦୂତମାନଙ୍କ ଯତ୍ନ ନ ନେଇ ଅବ୍ରହାମଙ୍କ ସନ୍ତାନମାନଙ୍କ ଯତ୍ନ ନିଅନ୍ତି। 17ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି। 18କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି।

ପ୍ରତିଉତ୍ତର ଗୀତ

ଗୀତ 105:1–4, 6–9

1ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ। 2ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର। 3ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ। 4ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର। 6ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର। 7ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ। 8ସେ ଆପଣା ନିୟମ, ଅର୍ଥାତ୍‍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଥିଲେ, 9ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍‌ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି।

ସୁସମାଚାର

ମାର୍କ 1:29–39

29ତତ୍ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସେହିକ୍ଷଣି ଶିମୋନ ଓ ଆନ୍ଦ୍ରିୟଙ୍କ ଗୃହକୁ ଗଲେ। 30ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାହାଙ୍କ କଥା ଯୀଶୁଙ୍କୁ ଜଣାଇଲେ। 31ସେଥିରେ ସେ ପାଖକୁ ଯାଇ ତାହାଙ୍କ ହସ୍ତ ଧରି ତାହାଙ୍କୁ ଉଠାଇଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେମାନଙ୍କ ସେବା କରିବାକୁ ଲାଗିଲେ। 32ସନ୍ଧ୍ୟା ସମୟରେ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ଲୋକେ ତାହାଙ୍କ ଛାମୁକୁ ପୀଡ଼ିତ ଓ ଭୂତଗ୍ରସ୍ତ ସମସ୍ତଙ୍କୁ ଆଣିବାକୁ ଲାଗିଲେ, 33ପୁଣି, ନଗରବାସୀ ସମସ୍ତେ ଦ୍ୱାର ନିକଟରେ ଏକତ୍ର ହେଲେ। 34ସେଥିରେ ସେ ନାନା ପ୍ରକାର ରୋଗରେ ପୀଡ଼ିତ ଅନେକ ରୋଗୀଙ୍କୁ ସୁସ୍ଥ କଲେ ଓ ଅନେକ ଭୂତ ଛଡ଼ାଇଲେ, ପୁଣି, ସେ ଭୂତମାନଙ୍କୁ କଥା କହିବାକୁ ଦେଲେ ନାହିଁ, କାରଣ ସେମାନେ ତାହାଙ୍କୁ ଚିହ୍ନୁ ଥିଲେ। 35ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ। 36ଆଉ ଶିମୋନ ଓ ତାହାଙ୍କ ସଙ୍ଗୀମାନେ ତାହାଙ୍କର ଅନୁସନ୍ଧାନ କରି, 37ସାକ୍ଷାତ ପାଇ ତାହାଙ୍କୁ କହିଲେ, ସମସ୍ତେ ଆପଣଙ୍କର ଅନ୍ୱେଷଣ କରୁଅଛନ୍ତି। 38ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍‍ ନିକଟବର୍ତ୍ତୀ ଗ୍ରାମମାନଙ୍କୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି।” 39ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର