ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 13
ଅର୍ଥୋଡକ୍ସ ପଞ୍ଜିକା · 31 ଡିସେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 13 ଜାନୁଆରୀ 2027
ବୁଧବାର · ପେଣ୍ଟିକଷ୍ଟ ପରେ 33ତମ ସପ୍ତାହ · ସ୍ୱର 7
ପର୍ବ ଓ ସନ୍ଥ
Apodosis of the Nativity of Christ
ଖ୍ରୀଷ୍ଟଜନ୍ମ ଋତୁ (Svyatki)
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
9ଶୀଘ୍ର ମୋ ନିକଟକୁ ଆସିବାକୁ ଚେଷ୍ଟା କର; 10କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀ ସହରକୁ ଯାଇଅଛି କ୍ରେସ୍କେନସ୍ ଗାଲାତୀୟ ଅଞ୍ଚଳକୁ ଓ ତୀତସ ଦଲ୍ମତିଆ ଅଞ୍ଚଳକୁ ଯାଇଅଛନ୍ତି। 11କେବଳ ଲୂକ ମୋ ସହିତ ଅଛନ୍ତି। ମାର୍କଙ୍କୁ ତୁମ୍ଭ ସଙ୍ଗରେ ନେଇଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ। 12ତୁଖିକଙ୍କୁ ମୁଁ ଏଫିସକୁ ପଠାଇଅଛି। 13ତ୍ରୋୟା ସହରରେ କାର୍ପଙ୍କ ପାଖରେ ମୁଁ ଯେଉଁ ଉତ୍ତରୀୟ ବସ୍ତ୍ର ଛାଡ଼ି ଆସିଅଛି, ତୁମ୍ଭେ ଆସିବା ସମୟରେ ତାହା ଏବଂ ପୁସ୍ତକଗୁଡ଼ିକ, ବିଶେଷତଃ ଚର୍ମପୁସ୍ତକଗୁଡ଼ିକ ଆଣିବ। 14କଂସାରି ଆଲେକ୍ଜାଣ୍ଡର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାକୁ ପ୍ରତିଫଳ ଦେବେ; 15ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା। 16ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ। 17କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି; 18ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍। 19ପ୍ରୀସ୍କା ଓ ଆକ୍ୱିଲା ପୁଣି, ଅନୀସିଫରଙ୍କ ପରିବାରକୁ ମୋହର ନମସ୍କାର ଜଣାଅ। 20ଏରାଷ୍ଟ କରିନ୍ଥ ସହରରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତ ସହରରେ ଛାଡ଼ିଦେଇ ଆସିଅଛି। 21ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଚେଷ୍ଟା କର। ଇଉବୁଲ୍, ପୁଦେନସ୍, ଲିନ କ୍ଲୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। 22ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ। ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।
ସୁସମାଚାର
23ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଏହି ପର୍ବତକୁ ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ୱାସ କରିବ, ତାʼ ନିମନ୍ତେ ତାହା ଘଟିବ। 24ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ। 25ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ। 26[କିନ୍ତୁ ତୁମ୍ଭେମାନେ ଯଦି କ୍ଷମା ନ କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।]”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 31 ନାଗରିକ ପଞ୍ଜିକାର ଜାନୁଆରୀ 13। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର