Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 14

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 14 ଜାନୁଆରୀ 2027

ଗୁରୁବାର · ସାଧାରଣ କାଳର ପ୍ରଥମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର ପ୍ରଥମ ସପ୍ତାହର ଗୁରୁବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଏବ୍ରୀ 3:7–14

7ଅତଏବ ପବିତ୍ର ଆତ୍ମା ଶାସ୍ତ୍ରରେ ଯେପରି କହନ୍ତି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ 8ପ୍ରାନ୍ତରରେ ପରୀକ୍ଷା ଦିନରେ ଓ ବିରକ୍ତି ଜନ୍ମାଇବା ସ୍ଥାନରେ ଯେପରି ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର,” 9“ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃ-ପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ।” 10“ତେଣୁ ଆମ୍ଭେ ଏହି ବଂଶ ପ୍ରତି ବିରକ୍ତ ହୋଇ କହିଲୁ, ସେମାନେ ସର୍ବଦା ହୃଦୟରେ ଭ୍ରାନ୍ତ ଅଟନ୍ତି, ସେମାନେ ଆମ୍ଭର ମାର୍ଗସବୁ ଜାଣି ନାହାନ୍ତି। 11ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।” 12ହେ ଭାଇମାନେ, ସାବଧାନ, ଯେପରି ଜୀବନ୍ତ ଈଶ୍ବରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ। 13କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ; 14କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ।

ପ୍ରତିଉତ୍ତର ଗୀତ

ଗୀତ 95:6–11

6ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ; 7କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ। 8ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ; 9ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ। 10ଆମ୍ଭେ ଚାଳିଶ ବର୍ଷ ଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, “ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;” 11ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।

ସୁସମାଚାର

ମାର୍କ 1:40–45

40ଏଥିମଧ୍ୟରେ ଜଣେ କୁଷ୍ଠରୋଗୀ ତାହାଙ୍କ ନିକଟକୁ ଆସି ଆଣ୍ଠୁପାତି ତାହାଙ୍କୁ ବିନତି କରି କହିଲା, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି। 41ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” 42ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ଓ ସେ ଶୁଚି ହେଲା। 43ପୁଣି, ସେ ତାହାକୁ ଦୃଢ଼ରୂପେ ଆଜ୍ଞା ଦେଇ ସେହିକ୍ଷଣି ବିଦାୟ କରି କହିଲେ, 44“ସାବଧାନ, କାହାକୁ କିଛି କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କ ନିକଟରେ ନିଜକୁ ଦେଖାଅ, ପୁଣି, ମୋଶା ଯାହା ଯାହା ଆଦେଶ ଦେଇଅଛନ୍ତି, ସେହିସବୁ ଆପଣାର ଶୁଚିକ୍ରିୟା ସ୍ୱରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର।” 45କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଅାଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରିପାରିଲେ ନାହିଁ, ମାତ୍ର ବାହାରେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର