Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 16

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 16 ଜାନୁଆରୀ 2027

ଶନିବାର · ସାଧାରଣ କାଳର ପ୍ରଥମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର ପ୍ରଥମ ସପ୍ତାହର ଶନିବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ଶନିବାରରେ ଧନ୍ୟା କୁମାରୀ ମରୀୟମଙ୍କ ସ୍ମୃତି ଦିବସ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଏବ୍ରୀ 4:12–16

12କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ। 13ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ। 14ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ। 15କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ। 16ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।

ପ୍ରତିଉତ୍ତର ଗୀତ

ଗୀତ 19:7–9, 14

7ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ 8ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ। 9ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ। 14ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।

ସୁସମାଚାର

ମାର୍କ 2:13–17

13ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ। 14ପୁଣି, ସେ ଯାଉ ଯାଉ ଆଲଫିଙ୍କ ପୁତ୍ର ଲେବୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ। 15ଆଉ ଯୀଶୁ ତାହାଙ୍କ ଗୃହରେ ଭୋଜନ କରିବାକୁ ବସିବା ସମୟରେ ଅନେକ କରଗ୍ରାହୀ ଏବଂ ପାପୀ, ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ; କାରଣ ସେମାନେ ଅନେକ ଥିଲେ ପୁଣି, ତାହାଙ୍କର ଅନୁଗମନ କରୁଥିଲେ। 16ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀ-ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, ଏ କଅଣ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି! 17ଯୀଶୁ ତାହା ଶୁଣି ସେମାନଙ୍କୁ କହିଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି; ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର