ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 16
ଅର୍ଥୋଡକ୍ସ ପଞ୍ଜିକା · 3 ଜାନୁଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 16 ଜାନୁଆରୀ 2027
ଶନିବାର · ପେଣ୍ଟିକଷ୍ଟ ପରେ 33ତମ ସପ୍ତାହ · ସ୍ୱର 7
ପର୍ବ ଓ ସନ୍ଥ
ଈଶ୍ବରପ୍ରକାଶ ପୂର୍ବର ଶନିବାର
ଖ୍ରୀଷ୍ଟଜନ୍ମ ଋତୁ (Svyatki)
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର (ଈଶ୍ବରପ୍ରକାଶ ପୂର୍ବର ଶନିବାର ପାଇଁ)
14ମୁଁ ଶୀଘ୍ର ତୁମ୍ଭ ନିକଟକୁ ଯିବି ବୋଲି ଆଶା କରୁଅଛି; 15ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଈଶ୍ବରଙ୍କ ଗୃହରେ, ଅର୍ଥାତ୍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଈଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି। 16ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ। 4:1ପବିତ୍ର ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ 2ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ; 3ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି, ବିଭିନ୍ନ ଖାଦ୍ୟ ପଦାର୍ଥରୁ ଅଲଗା ରହିବା ନିମନ୍ତେ ଶିକ୍ଷା ଦିଅନ୍ତି। ବିଶ୍ୱାସୀ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ୱାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ବର ଏସବୁ ତ ସୃଷ୍ଟି କରିଅଛନ୍ତି। 4କାରଣ ଈଶ୍ବରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ, 5ଯେଣୁ ଈଶ୍ବରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ୱାରା ତାହା ପବିତ୍ର କରାଯାଏ।
ସୁସମାଚାର (ଈଶ୍ବରପ୍ରକାଶ ପୂର୍ବର ଶନିବାର ପାଇଁ)
1ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦିୟା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ, 2“ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।” 3ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, “ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ‘ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।’” 4ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା। 5ସେତେବେଳେ ଯିରୂଶାଲମ ଓ ସମସ୍ତ ଯିହୂଦିୟା ପ୍ରଦେଶ ପୁଣି, ଯର୍ଦ୍ଦନ ନଦୀ ନିକଟବର୍ତ୍ତୀ ସମସ୍ତ ଅଞ୍ଚଳର ଲୋକମାନେ ବାହାରି ତାହାଙ୍କ ପାଖକୁ ଆସିବାକୁ ଲାଗିଲେ, 6ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ। 7କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା? 8ଏଣୁ ମନ-ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର, 9ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି। 10ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ। 11ମୁଁ ସିନା ତୁମ୍ଭମାନଙ୍କୁ ମନ-ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 3 ନାଗରିକ ପଞ୍ଜିକାର ଜାନୁଆରୀ 16। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର