ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 18
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 18 ଜାନୁଆରୀ 2027
ସୋମବାର · ସାଧାରଣ କାଳର ଦ୍ୱିତୀୟ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର ଦ୍ୱିତୀୟ ସପ୍ତାହର ସୋମବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
1କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ବରଙ୍କ ସେବା ସମ୍ବନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି। 2ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ, କାରଣ ସେ ନିଜେ ମଧ୍ୟ ଦୁର୍ବଳତା ବିଶିଷ୍ଟ; 3ଏଥିସକାଶୁ ଲୋକମାନଙ୍କ ନିମନ୍ତେ ଯେପରି, ଆପଣା ନିମନ୍ତେ ମଧ୍ୟ ସେହିପରି ପାପାର୍ଥକ ବଳି ଉତ୍ସର୍ଗ କରିବା ତାହାଙ୍କ ଆବଶ୍ୟକ। 4ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ବରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ। 5ସେହିପରି ଖ୍ରୀଷ୍ଟ ମଧ୍ୟ ମହାଯାଜକ ପଦର ଗୌରବ ନିଜେ ଅନ୍ୱେଷଣ କରି ନ ଥିଲେ, କିନ୍ତୁ ଈଶ୍ବର ତାହାଙ୍କୁ ସେହି ଗୌରବର ପଦ ଦେଇଥିଲେ, କାରଣ ସେ ତାହାଙ୍କୁ କହିଥିଲେ, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ।” 6ପୁଣି, ସେ ଅନ୍ୟ ସ୍ଥାନରେ ମଧ୍ୟ କହନ୍ତି, “ତୁମ୍ଭେ ମଲ୍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।” 7ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ 8ପୁତ୍ର ହେଲେ ହେଁ ଦୁଃଖଭୋଗ ଦ୍ୱାରା ଈଶ୍ବରଙ୍କଠାରେ ଆଜ୍ଞାବହତା ଶିଖିଲେ, 9ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ; 10ଏହେତୁ ସେ ଈଶ୍ବରଙ୍କ କର୍ତ୍ତୃକ ମଲ୍କୀଷେଦକଙ୍କ ସଦୃଶ ମହାଯାଜକ ବୋଲି ନାମ ପ୍ରାପ୍ତ ହେଲେ।
ପ୍ରତିଉତ୍ତର ଗୀତ
1ଦାଉଦଙ୍କର ଗୀତ। ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।” 2ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର। 3ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ। 4ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”
ସୁସମାଚାର
18ଯୋହନଙ୍କର ଶିଷ୍ୟମାନେ ଓ ଫାରୂଶୀମାନେ ଉପବାସ କରୁଥିଲେ। ସେଥିରେ ସେମାନେ ଆସି ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଓ ଫାରୂଶୀମାନଙ୍କର ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି? 19ଯୀଶୁ ସେମାନଙ୍କୁ କହିଲେ, “ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ସେମାନେ କି ଉପବାସ କରିପାରନ୍ତି? ବର ଯେପର୍ଯ୍ୟନ୍ତ ସେମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ ଉପବାସ କରିପାରନ୍ତି ନାହିଁ। 20କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେହି ଦିନ ସେମାନେ ଉପବାସ କରିବେ। 21କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ନୂଆ ତାଳି ପୁରୁଣା ଲୁଗାରୁ ବେଶି ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ଚିରା ହୁଏ। 22ଆଉ କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ତାହା କୁମ୍ପା ଫଟାଇଦିଏ, ପୁଣି, ଦ୍ରାକ୍ଷାରସ ଓ କୁମ୍ପା ଉଭୟ ନଷ୍ଟ ହୁଏ। କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର