Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 19

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 19 ଜାନୁଆରୀ 2027

ମଙ୍ଗଳବାର · ସାଧାରଣ କାଳର ଦ୍ୱିତୀୟ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର ଦ୍ୱିତୀୟ ସପ୍ତାହର ମଙ୍ଗଳବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଏବ୍ରୀ 6:10–20

10କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି। 11ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ, 12ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ। 13କାରଣ ଈଶ୍ବର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହାନ ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ, 14“ଆମ୍ଭେ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବା ଓ ତୁମ୍ଭ ବଂଶର ଅତିଶୟ ବୃଦ୍ଧି କରିବା।” 15ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ। 16ମନୁଷ୍ୟମାନେ ତ ସେମାନଙ୍କଠାରୁ ମହାନ ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ୱାରା ହୁଏ। 17ଏଣୁ ଈଶ୍ବର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ, 18ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ। 19ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି, 20ଆଉ, ଯୀଶୁ ସେହି ସ୍ଥାନରେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି।

ପ୍ରତିଉତ୍ତର ଗୀତ

ଗୀତ 111:1–2, 4–5, 9–10

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି। 2ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି। 4ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ। 5ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ। 9ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇଅଛନ୍ତି; ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ। 10ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।

ସୁସମାଚାର

ମାର୍କ 2:23–28

23ଥରେ ଯୀଶୁ ବିଶ୍ରାମବାର ଦିନରେ ଶସ୍ୟକ୍ଷେତ୍ର ଦେଇ ଯାଉଥିଲେ, ଆଉ ତାହାଙ୍କ ଶିଷ୍ୟମାନେ ଯାଉ ଯାଉ ଶସ୍ୟର ଶିଁଷା ଛିଣ୍ଡାଇବାକୁ ଲାଗିଲେ। 24ଏଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ, 25ଏମାନେ କାହିଁକି ତାହା କରୁଅଛନ୍ତି? ଯୀଶୁ ସେମାନଙ୍କୁ କହିଲେ, “ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ କଅଣ କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ? 26ଅବିୟାଥର ମହାଯାଜକଙ୍କ ସମୟରେ ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ଭୋଜନ କରିଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ।” 27ଆଉ ସେ ସେମାନଙ୍କୁ କହିଲେ, “ବିଶ୍ରାମବାର ମନୁଷ୍ୟ ନିମନ୍ତେ ହୋଇଅଛି, ମନୁଷ୍ୟ ବିଶ୍ରାମବାର ନିମନ୍ତେ ହୋଇ ନାହିଁ। 28ତେଣୁ ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ପ୍ରଭୁ ଅଟନ୍ତି।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର