ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 19
ଅର୍ଥୋଡକ୍ସ ପଞ୍ଜିକା · 6 ଜାନୁଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 19 ଜାନୁଆରୀ 2027
ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 34ତମ ସପ୍ତାହ · ସ୍ୱର 8
ପର୍ବ ଓ ସନ୍ଥ
Holy Theophany: the Baptism of Our Lord, God, and Saviour Jesus Christ
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନା: ସୁସମାଚାର
9ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନ ନଦୀରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ। 10ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ପବିତ୍ର ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ, 11ପୁଣି, ଆକାଶରୁ ଏହି ବାଣୀ ହେଲା, “ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।”
ପତ୍ର (ଈଶ୍ବରପ୍ରକାଶ ପାଇଁ)
11କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି, 12ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନଯାପନ କରୁ, 13ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ବର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଶିକ୍ଷା ଦେଉଅଛି। 14ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ। 3:4କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା, 5ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି; 6ସେହି ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଢାଳି ଦେଲେ, 7ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ।
ସୁସମାଚାର (ଈଶ୍ବରପ୍ରକାଶ ପାଇଁ)
13ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦ୍ଦନ ନଦୀକୁ ଆସିଲେ। 14କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, “ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି?” 15ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ।” ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ। 16ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଈଶ୍ବରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ। 17ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ।”
ଜଳର ମହା ଆଶୀର୍ବାଦ
1ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ। 2ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ। 3ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥରଥର ଆଣ୍ଠୁକୁ ସୁସ୍ଥିର କର। 4ଭୀତାନ୍ତଃକରଣମାନଙ୍କୁ କୁହ, “ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।” 5ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ। 6ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ। 7ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ। 8ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ। 9ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ; 10ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।
ଜଳର ମହା ଆଶୀର୍ବାଦ
1“ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ। 2ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ। 3କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା। 4ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ। 5ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି। 6ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର। 7ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ। 8ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ। 9କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେହିପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ। 10ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରିଯାଏ ନାହିଁ, ମାତ୍ର ଭୂମିକୁ ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକୁ ବୀଜ ଓ ଭୋଜନକାରୀକୁ ଭକ୍ଷ୍ୟ ଦିଏ; 11ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ। 12ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ; ପର୍ବତ ଓ ଉପପର୍ବତଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ। 13କଣ୍ଟକ ବୃକ୍ଷ ବଦଳରେ ଦେବଦାରୁ ଓ କାନକୋଳି କଣ୍ଟା ବଦଳରେ ମେହେନ୍ଦି ବୃକ୍ଷ ଉତ୍ପନ୍ନ ହେବ; ପୁଣି, ତାହା ସଦାପ୍ରଭୁଙ୍କର କୀର୍ତ୍ତି ସ୍ୱରୂପ ଓ ଅକ୍ଷୟ ନିତ୍ୟସ୍ଥାୟୀ ଚିହ୍ନସ୍ୱରୂପ ହେବ।”
ଜଳର ମହା ଆଶୀର୍ବାଦ
3ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ। 4ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର। 5ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ। 6ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”
ଜଳର ମହା ଆଶୀର୍ବାଦ (ପତ୍ର)
1କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃ-ପୁରୁଷ ସମସ୍ତେ ମେଘ ତଳେ ଥିଲେ, 2ଆଉ ସମସ୍ତେ ସମୁଦ୍ର ମଧ୍ୟ ଦେଇ ଗମନ କଲେ, ପୁଣି, ସମସ୍ତେ ମେଘ ଓ ସମୁଦ୍ରରେ ମୋଶାଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହେଲେ, 3ଆଉ ସମସ୍ତେ ଏକ ପାରମାର୍ଥିକ ଖାଦ୍ୟ ଭୋଜନ କଲେ 4ଓ ସମସ୍ତେ ଏକ ପାରମାର୍ଥିକ ପେୟ ପାନ କଲେ (ଯେଣୁ ସେମାନେ ସେମାନଙ୍କ ଅନୁବର୍ତ୍ତୀ ପାରମାର୍ଥିକ ଶୈଳରୁ ପାନ କରୁଥିଲେ, ଆଉ ସେହି ଶୈଳ ଖ୍ରୀଷ୍ଟ),
ଜଳର ମହା ଆଶୀର୍ବାଦ (ସୁସମାଚାର)
9ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନ ନଦୀରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ। 10ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ପବିତ୍ର ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ, 11ପୁଣି, ଆକାଶରୁ ଏହି ବାଣୀ ହେଲା, “ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 6 ନାଗରିକ ପଞ୍ଜିକାର ଜାନୁଆରୀ 19। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର