ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 20
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 20 ଜାନୁଆରୀ 2027
ବୁଧବାର · ସାଧାରଣ କାଳର ଦ୍ୱିତୀୟ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର ଦ୍ୱିତୀୟ ସପ୍ତାହର ବୁଧବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ଫାବିଆନ୍, ପୋପ୍ ଓ ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ
ସନ୍ଥ ସେବାଷ୍ଟିଆନ୍, ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
1ଏହି ମଲ୍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ବରଙ୍କ ଯାଜକ ଥିଲେ। ସେ ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ; 2ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ। ଅନୁବାଦ କଲେ ଏହାଙ୍କ ନାମର ପ୍ରଥମ ଅର୍ଥ ଧର୍ମରାଜା, ଦ୍ୱିତୀୟ, ଶାଲେମର ରାଜା, ଅର୍ଥାତ୍, ଶାନ୍ତିରାଜା। 3ଏହାଙ୍କର ପିତା କି ମାତା କି ବଂଶାବଳୀର କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ବରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି। 15ଆଉ ଏହା ଏଥିରେ ମଧ୍ୟ ଆହୁରି ଅଧିକ ସୁସ୍ପଷ୍ଟ ହୁଏ, ମଲ୍କୀଷେଦକଙ୍କ ସାଦୃଶ୍ୟରେ ଆଉ ଜଣେ ଯାଜକ ଉତ୍ପନ୍ନ ହୋଇଅଛନ୍ତି, 16ସେ ଶାରୀରିକ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି। 17କାରଣ ତାହାଙ୍କ ସମ୍ବନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, “ତୁମ୍ଭେ ମଲ୍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।”
ପ୍ରତିଉତ୍ତର ଗୀତ
1ଦାଉଦଙ୍କର ଗୀତ। ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।” 2ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର। 3ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ। 4ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”
ସୁସମାଚାର
1ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ। ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। 2ଆଉ, ସେ ତାହାକୁ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିପାରନ୍ତି। 3ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, “ଆସ, ମଝିରେ ଠିଆ ହୁଅ।” 4ପୁଣି, ଯୀଶୁ ସେମାନଙ୍କୁ କହିଲେ, “ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା?” କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ। 5ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, “ହାତ ବଢ଼ାଅ।” ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା। 6ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ।
ଆଜିର ସନ୍ଥ
- ସନ୍ଥ ଫାବିଆନ୍, ପୋପ୍ ଓ ଶହୀଦ
- ସନ୍ଥ ସେବାଷ୍ଟିଆନ୍, ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର