ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 20
ଅର୍ଥୋଡକ୍ସ ପଞ୍ଜିକା · 7 ଜାନୁଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 20 ଜାନୁଆରୀ 2027
ବୁଧବାର · ପେଣ୍ଟିକଷ୍ଟ ପରେ 34ତମ ସପ୍ତାହ · ସ୍ୱର 8
ପର୍ବ ଓ ସନ୍ଥ
Afterfeast of the Theophany
ଉପବାସ ଦିନ
ମାଛ ଚଳିବ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର (ଅଗ୍ରଦୂତଙ୍କ ପାଇଁ)
1ଆପଲ୍ଲ କରିନ୍ଥ ସହରରେ ଥିବା ସମୟରେ ପାଉଲ ପାହାଡ଼ିଆ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ। 2ସେ ସେମାନଙ୍କୁ ପଚାରିଲେ, ବିଶ୍ୱାସ କରିବା ସମୟରେ କଅଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନା ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣି ନାହୁଁ। 3ତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ। 4ସେଥିରେ ପାଉଲ କହିଲେ, ଯୋହନ ମନ-ପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ। 5ସେମାନେ ଏହା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ, 6ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ। 7ସେମାନେ ସମସ୍ତେ ପ୍ରାୟ ବାର ଜଣ ପୁରୁଷ ଥିଲେ। 8ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ବରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ।
ପତ୍ର
11ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର। 12କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ବରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ। 13ଯେ ଦୁଗ୍ଧପାୟୀ, ସେ ତ ଧାର୍ମିକତାର ବାକ୍ୟ ବିଷୟରେ ଜାଣେ ନାହିଁ, କାରଣ ସେ ଶିଶୁମାତ୍ର। 14କିନ୍ତୁ ବୃଦ୍ଧ ଲୋକେ, ଅର୍ଥାତ୍, ଯେଉଁମାନେ ଜ୍ଞାନେନ୍ଦ୍ରିୟଗୁଡ଼ିକର ଅଭ୍ୟାସ ଦ୍ୱାରା ଭଲ ମନ୍ଦ ନିରୂପଣ କରିବାକୁ ସକ୍ଷମ, ସେମାନଙ୍କ ନିମନ୍ତେ ଗୁରୁପାକ ଖାଦ୍ୟ ପ୍ରୟୋଜନ। 6:1ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ-ପରିବର୍ତ୍ତନ, ଈଶ୍ବରଙ୍କଠାରେ ବିଶ୍ୱାସ, 2ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ। 3ହଁ, ଈଶ୍ବରଙ୍କ ଅନୁମତି ହେଲେ ଆମ୍ଭେମାନେ ଏହା କରିବା। 4କାରଣ ଯେଉଁମାନେ ଥରେ ଆଲୋକ ପ୍ରାପ୍ତ କରିଅଛନ୍ତି, ସ୍ୱର୍ଗୀୟ ଦାନର ଆସ୍ୱାଦ ପାଇଅଛନ୍ତି, ପବିତ୍ର ଆତ୍ମାଙ୍କର ସହଭାଗୀ ହୋଇଅଛନ୍ତି, 5ଈଶ୍ବରଙ୍କ ଉତ୍ତମ ବାକ୍ୟ ଓ ଆଗାମୀ ଯୁଗର ଶକ୍ତି ଆସ୍ୱାଦନ କରିଅଛନ୍ତି, 6ସେମାନେ ଯଦି ସତ୍ୟଭ୍ରଷ୍ଟ ହୁଅନ୍ତି, ତାହାହେଲେ ମନ-ପରିବର୍ତ୍ତନ ନିମନ୍ତେ ସେମାନଙ୍କୁ ପୁନର୍ବାର ନୂତନ କରାଇବା ଅସାଧ୍ୟ, ଯେଣୁ ସେମାନେ ଆପଣା ଆପଣାର ବିନାଶ ନିମନ୍ତେ ଈଶ୍ବରଙ୍କ ପୁତ୍ରଙ୍କୁ, ପୁଣି, କ୍ରୁଶାର୍ପଣ କରି ପ୍ରକାଶ୍ୟରେ ତାହାଙ୍କୁ ନିନ୍ଦାର ପାତ୍ର କରନ୍ତି। 7କାରଣ ଯେଉଁ ଭୂମି ଆପଣା ଉପରେ ବାରମ୍ବାର ପତିତ ବୃଷ୍ଟିଜଳ ପାନ କରେ, ଆଉ ଯେଉଁମାନଙ୍କ ନିମନ୍ତେ ତାହା ଚାଷ କରାଯାଏ, ସେମାନଙ୍କର ଉପଯୋଗୀ ଶସ୍ୟ ଉତ୍ପନ୍ନ କରେ, ତାହା ଈଶ୍ବରଙ୍କଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ। 8କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ।
ସୁସମାଚାର (ଅଗ୍ରଦୂତଙ୍କ ପାଇଁ)
29ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି। 30ମୋʼ ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି। 31ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି। 32ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ପବିତ୍ର ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ। 33ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି। 34ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ବରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି।
ସୁସମାଚାର
5ଆଉ କେହି କେହି ମନ୍ଦିରଟି ସୁନ୍ଦର ସୁନ୍ଦର ପଥର ଓ ଦାନ ପଦାର୍ଥ ସମୂହରେ ସୁସଜ୍ଜିତ ହୋଇଅଛି ବୋଲି କହିବାରୁ ଯୀଶୁ କହିଲେ, 6“ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ।” 7ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ? ପୁଣି, ଯେଉଁ ସମୟରେ ଏହିସବୁ ଘଟଣା ସନ୍ନିକଟ ହେବ, ସେ ସମୟର ଚିହ୍ନ କଅଣ? 10ତାହା ପରେ ସେ ସେମାନଙ୍କୁ କହିଲେ, “ଜାତି ବିରୁଦ୍ଧରେ ଜାତି ଓ ରାଜ୍ୟ ବିରୁଦ୍ଧରେ ରାଜ୍ୟ ଉଠିବ, 11ଆଉ ମହା ଭୂମିକମ୍ପ ଓ ବିଭିନ୍ନ ସ୍ଥାନରେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି, ଆକାଶମଣ୍ଡଳରେ ଭୟଙ୍କର ଦୃଶ୍ୟ ଓ ମହା ମହାଲକ୍ଷଣ ଦେଖାଯିବ। 20“କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମ ସହରକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ। 21ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ; 22କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ। 23ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ, 24ଆଉ ସେମାନେ ଖଡ୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୁଦୀ ମଧ୍ୟକୁ ନିଆଯିବେ, ପୁଣି, ଅଣଯିହୁଦୀମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦଦଳିତ ହୋଇ ରହିବ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 7 ନାଗରିକ ପଞ୍ଜିକାର ଜାନୁଆରୀ 20। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର