ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 21
ଅର୍ଥୋଡକ୍ସ ପଞ୍ଜିକା · 8 ଜାନୁଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 21 ଜାନୁଆରୀ 2027
ଗୁରୁବାର · ପେଣ୍ଟିକଷ୍ଟ ପରେ 34ତମ ସପ୍ତାହ · ସ୍ୱର 8
ପର୍ବ ଓ ସନ୍ଥ
Afterfeast of the Theophany
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ଏହି ମଲ୍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ବରଙ୍କ ଯାଜକ ଥିଲେ। ସେ ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ; 2ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ। ଅନୁବାଦ କଲେ ଏହାଙ୍କ ନାମର ପ୍ରଥମ ଅର୍ଥ ଧର୍ମରାଜା, ଦ୍ୱିତୀୟ, ଶାଲେମର ରାଜା, ଅର୍ଥାତ୍, ଶାନ୍ତିରାଜା। 3ଏହାଙ୍କର ପିତା କି ମାତା କି ବଂଶାବଳୀର କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ବରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି। 4ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ। 5ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍, ସେମାନଙ୍କ ଭାଇମାନଙ୍କଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି; 6କିନ୍ତୁ ମଲ୍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ।
ସୁସମାଚାର
28କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ।” 29ଆଉ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କହିଲେ, “ଡିମ୍ବିରି ପୁଣି, ସମସ୍ତ ବୃକ୍ଷ ପ୍ରତି ଦୃଷ୍ଟିପାତ କର; 30ଯେତେବେଳେ ସେଗୁଡ଼ିକ ପଲ୍ଲବିତ ହୁଏ, ସେତେବେଳେ ତୁମ୍ଭେମାନେ ତାହା ଦେଖି ଗ୍ରୀଷ୍ମକାଳ ସନ୍ନିକଟ ହେଲାଣି ବୋଲି ନିଜେ ନିଜେ ଜାଣିଥାଅ; 31ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣ। 32ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ। 33ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 8 ନାଗରିକ ପଞ୍ଜିକାର ଜାନୁଆରୀ 21। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର