Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 22

ଅର୍ଥୋଡକ୍ସ ପଞ୍ଜିକା · 9 ଜାନୁଆରୀ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 22 ଜାନୁଆରୀ 2027

ଶୁକ୍ରବାର · ପେଣ୍ଟିକଷ୍ଟ ପରେ 34ତମ ସପ୍ତାହ · ସ୍ୱର 8

ପର୍ବ ଓ ସନ୍ଥ

Afterfeast of the Theophany

ଉପବାସ ଦିନ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଏବ୍ରୀ 7:18–25

18ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି; 19(କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ। 20ଆଉ ଏହା ଯେପ୍ରକାରେ ବିନା ଶପଥରେ ହେଲା ନାହିଁ, 21ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, “ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି।’” 22ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି। 23ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ, 24କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ୱ ପ୍ରାପ୍ତ କରିଅଛନ୍ତି। 25ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।

ସୁସମାଚାର

ଲୂକ 21:37–22:8

37ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ପୁଣି, ପ୍ରତି ରାତ୍ରି ବାହାରିଯାଇ ଜୀତପର୍ବତରେ ରହୁଥିଲେ। 38ଆଉ ସମସ୍ତ ଲୋକ ମନ୍ଦିରରେ ଯୀଶୁଙ୍କର ଶିକ୍ଷା ଶୁଣିବା ନିମନ୍ତେ ଅତି ସକାଳୁ ତାହାଙ୍କ ନିକଟକୁ ଆସୁଥିଲେ। 22:1ନିସ୍ତାର ପର୍ବ ନାମକ ଖମୀରଶୂନ୍ୟ ରୁଟିର ପର୍ବ ନିକଟ ହୋଇ ଆସୁଥିଲା। 2ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ଯୀଶୁଙ୍କୁ ବିନାଶ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ। 3ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଇଷ୍କାରିୟୋତୀୟ ନାମକ ଯିହୂଦାଠାରେ ଶୟତାନ ପ୍ରବେଶ କଲା; 4ଆଉ ଯିହୂଦା ଯାଇ, କି ଉପାୟରେ ଯୀଶୁଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହାତରେ ଧରାଇଦେବ, ତାହା ସେମାନଙ୍କ ସହିତ କଥାବାର୍ତ୍ତା କଲା। 5ସେଥିରେ ସେମାନେ ଆନନ୍ଦିତ ହେଲେ ଓ ତାହାକୁ ଟଙ୍କା ଦେବା ପାଇଁ ଚୁକ୍ତି କଲେ। 6ଆଉ ଯିହୂଦା ଏକମତ ହୋଇ ଲୋକମାନଙ୍କ ଅନୁପସ୍ଥିତିରେ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା। 7ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୁଟି ପର୍ବର ସେହି ଦିନ ଉପସ୍ଥିତ ହେଲା; 8ଆଉ ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, “ଆମ୍ଭେମାନେ ଯେପରି ଭୋଜନ କରିପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 9 ନାଗରିକ ପଞ୍ଜିକାର ଜାନୁଆରୀ 22। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର