Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 23

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 23 ଜାନୁଆରୀ 2027

ଶନିବାର · ସାଧାରଣ କାଳର ଦ୍ୱିତୀୟ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର ଦ୍ୱିତୀୟ ସପ୍ତାହର ଶନିବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ଶନିବାରରେ ଧନ୍ୟା କୁମାରୀ ମରୀୟମଙ୍କ ସ୍ମୃତି ଦିବସ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଏବ୍ରୀ 9:2–3, 11–14

2କାରଣ ଗୋଟିଏ ତମ୍ବୁ ନିର୍ମିତ ହୋଇଥିଲା, ସେଥିର ପ୍ରଥମ ଭାଗରେ ଦୀପବୃକ୍ଷ, ମେଜ ଓ ଉତ୍ସର୍ଗୀକୃତ ରୁଟି ଥିଲା ତାହାକୁ ପବିତ୍ର ସ୍ଥାନ ବୋଲି କହନ୍ତି। 3ପୁଣି, ଦ୍ୱିତୀୟ ଯବନିକାର ପଶ୍ଚାତରେ ତମ୍ବୁର ଯେଉଁ ଭାଗ ଥିଲା, ତାହାକୁ ମହାପବିତ୍ର ସ୍ଥାନ ବୋଲି କହନ୍ତି; 11କିନ୍ତୁ ଖ୍ରୀଷ୍ଟ ବର୍ତ୍ତମାନ ଉତ୍ତମ ବିଷୟର ମହାଯାଜକ ସ୍ୱରୂପେ ଉପସ୍ଥିତ ହୋଇ ଏହି ସୃଷ୍ଟିରୁ ଭିନ୍ନ ଅହସ୍ତକୃତ ମହତ୍ ଓ ଶ୍ରେଷ୍ଠତର ତମ୍ବୁ ଦେଇ ଯାଇ ଛାଗ ଓ ଗୋବତ୍ସର ରକ୍ତ ନୁହେଁ, 12ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି। 13କାରଣ ଯଦି ଛାଗ ଓ ବୃଷମାନଙ୍କ ରକ୍ତ ପୁଣି, ଅଶୁଚିମାନଙ୍କ ଉପରେ ସେଚିତ ଗାଭୀଭସ୍ମ ଶରୀରକୁ ପବିତ୍ର କରେ, 14ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!

ପ୍ରତିଉତ୍ତର ଗୀତ

ଗୀତ 47:1–2, 5–8

1ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। 2କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା। 5ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି। 6ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର। 7କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସା ଗାନ କର। 8ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ।

ସୁସମାଚାର

ମାର୍କ 3:20–21

20ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରିପାରିଲେ ନାହିଁ। 21ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର