ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 24
ଅର୍ଥୋଡକ୍ସ ପଞ୍ଜିକା · 11 ଜାନୁଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 24 ଜାନୁଆରୀ 2027
ରବିବାର · ସ୍ୱର 1
ପର୍ବ ଓ ସନ୍ଥ
ପେଣ୍ଟିକଷ୍ଟ ପରେ 34ତମ ରବିବାର
ଈଶ୍ବରପ୍ରକାଶ ପରର ରବିବାର
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ସନ୍ଧ୍ୟା ପ୍ରାର୍ଥନା: ପାଠ
ଏହି ଅନୁବାଦରେ ନାହିଁ
ସନ୍ଧ୍ୟା ପ୍ରାର୍ଥନା: ପାଠ
ଏହି ଅନୁବାଦରେ ନାହିଁ
ସନ୍ଧ୍ୟା ପ୍ରାର୍ଥନା: ପାଠ
ଏହି ଅନୁବାଦରେ ନାହିଁ
ପ୍ରଭାତୀ ପ୍ରାର୍ଥନାର ପ୍ରଥମ ସୁସମାଚାର
16କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକୁ ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ। 17ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ। 18ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି। 19ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ, 20ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”
ପତ୍ର (ଈଶ୍ବରପ୍ରକାଶ ପରର ରବିବାର ପାଇଁ)
7କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି। 8ଏଥିନିମନ୍ତେ ଉକ୍ତ ଅଛି, “ସେ ଊର୍ଦ୍ଧ୍ୱକୁ ଆରୋହଣ କରି, ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ, ଆଉ ମନୁଷ୍ୟମାନଙ୍କୁ ନାନା ବରଦାନ ଦେଲେ।” 9(ସେ ଆରୋହଣ କଲେ ବୋଲି କହିବାର ଅର୍ଥ କଅଣ? ନା, ସେ ମଧ୍ୟ ନୀଚସ୍ଥ ପୃଥିବୀକୁ ଅବତରଣ କରିଥିଲେ। 10ଯେ ଅବତରଣ କରିଥିଲେ, ସେ ଯେପରି ସମସ୍ତ ବିଷୟ ପୂର୍ଣ୍ଣ କରନ୍ତି, ଏଥିପାଇଁ ସେ ସମସ୍ତ ସ୍ୱର୍ଗର ଊର୍ଦ୍ଧ୍ୱକୁ ମଧ୍ୟ ଆରୋହଣ କଲେ।) 11ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି, 12ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ, 13ଶେଷରେ ଯେପରି ଆମ୍ଭେମାନେ ସମସ୍ତେ ବିଶ୍ୱାସରେ ଓ ଈଶ୍ବରଙ୍କ ପୁତ୍ର ବିଷୟକ ଜ୍ଞାନରେ ଏକତା ପ୍ରାପ୍ତ ହେଉ, ଅର୍ଥାତ୍ ଖ୍ରୀଷ୍ଟଙ୍କ ପୂର୍ଣ୍ଣତାର ପରିମାଣ ଅନୁସାରେ ପୂର୍ଣ୍ଣ ବୟସ୍କ ପୁରୁଷ ହେଉ,
ପତ୍ର (ସନ୍ଥ ଥିଓଡୋସିୟସ୍ଙ୍କ ପାଇଁ)
6ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି। 7ମାତ୍ର ମହାଶକ୍ତି ଯେ ଈଶ୍ବରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ; 8ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ; 9ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ; 10ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ। 11କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ। 12ଏହି ପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁ ତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି। 13“ମୁଁ ବିଶ୍ୱାସ କଲି, ଏଣୁ କଥା କହିଲି,” ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ୱାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ୱାସ କରୁ, ଏଣୁ ମଧ୍ୟ କଥା କହୁ; 14କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ। 15ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।
ସୁସମାଚାର (ଈଶ୍ବରପ୍ରକାଶ ପରର ରବିବାର ପାଇଁ)
12ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ; 13ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ, 14ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, 15“ସବୂଲୂନ ଦେଶ ଓ ନପ୍ତାଲି ଦେଶ, ସମୁଦ୍ର ନିକଟବର୍ତ୍ତୀ ଓ ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱସ୍ଥ ଅଣଯିହୁଦୀମାନଙ୍କ ଗାଲିଲୀ, 16ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା।” 17ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, “ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”
ସୁସମାଚାର (ସନ୍ଥ ଥିଓଡୋସିୟସ୍ଙ୍କ ପାଇଁ)
27ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ। 28ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି। 29ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; 30ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 11 ନାଗରିକ ପଞ୍ଜିକାର ଜାନୁଆରୀ 24। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର