ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 25
ଅର୍ଥୋଡକ୍ସ ପଞ୍ଜିକା · 12 ଜାନୁଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 25 ଜାନୁଆରୀ 2027
ସୋମବାର · ପେଣ୍ଟିକଷ୍ଟ ପରେ 35ତମ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
Afterfeast of the Theophany
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
7କାରଣ ପ୍ରଥମ ନିୟମ ଯଦି ଦୋଷରହିତ ହୋଇଥାଆନ୍ତା, ତେବେ ଦ୍ୱିତୀୟ ନିୟମର କଥା ଉଠି ନ ଥାଆନ୍ତା। 8ଯେଣୁ ଈଶ୍ବର ସେଥିର ଦୋଷ ପ୍ରକାଶ କରି ସେମାନଙ୍କୁ କହନ୍ତି, “ପ୍ରଭୁ କହନ୍ତି, ଦେଖ, ସମୟ ଆସୁଅଛି, ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୂଦା ବଂଶ ସହିତ ଗୋଟିଏ ନୂତନ ନିୟମ ସ୍ଥାପନ କରିବା; 9ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ହସ୍ତ ଧରି ମିସର ଦେଶରୁ ବାହାର କରି ଆଣିଥିଲୁ, ସେହି ସମୟରେ ସେମାନଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ, ଏହା ତଦନୁଯାୟୀ ନୁହେଁ; ଯେଣୁ ସେମାନେ ଆମ୍ଭ ନିୟମରେ ସ୍ଥିର ରହିଲେ ନାହିଁ, ଆଉ ଆମ୍ଭେ ସେମାନଙ୍କ ପ୍ରତି ମନୋଯୋଗ କଲୁ ନାହିଁ, ଏହା ପ୍ରଭୁ କହନ୍ତି। 10କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହିସବୁ ଲେଖିବା, 11ଆମ୍ଭେ ସେମାନଙ୍କ ଈଶ୍ବର ହେବା, ସେମାନେ ଆମ୍ଭର ଲୋକ ହେବେ, ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗରବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ। 12କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ।” 13ସେ “ନୂତନ ନିୟମ” ବୋଲି କହିବା ଦ୍ୱାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଲୋପ ହେବାର ସମୟ ସନ୍ନିକଟ।
ସୁସମାଚାର
11ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ। 12ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ୱାସ ଛାଡ଼ି କହିଲେ, “ବର୍ତ୍ତମାନ ପୁରୁଷ କାହିଁକି ଚିହ୍ନ ଅନ୍ୱେଷଣ କରୁଅଛି? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁ।” 13ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆରପାରିକୁ ବାହାରିଗଲେ। 14ସେତେବେଳେ ଶିଷ୍ୟମାନେ ରୁଟି ନେବାକୁ ପାସୋରିଗଲେ; ନୌକାରେ ସେମାନଙ୍କ ପାଖରେ କେବଳ ଗୋଟିଏ ମାତ୍ର ରୁଟି ଥିଲା। 15ପରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, “ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରୋଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ।” 16ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି ସେ ଏହା କହୁଅଛନ୍ତି। 17ସେ ତାହା ଜାଣି ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ? 18ତୁମ୍ଭମାନଙ୍କ ହୃଦୟ କଅଣ ଜଡ଼ ହୋଇ ରହିଅଛି? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ? 19ସେହି ପାଞ୍ଚ ହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ପାଞ୍ଚୋଟି ରୁଟି ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ଟୋକେଇ ଭଙ୍ଗାଯାଇଥିବା ଖଣ୍ଡ ଉଠାଇ ନେଇଥିଲ, ତାହା କି ତୁମ୍ଭମାନଙ୍କର ସ୍ମରଣ ନାହିଁ?” ସେମାନେ ତାହାଙ୍କୁ କହିଲେ, ବାର ଟୋକେଇ। 20“ଆଉ, ସେହି ଚାରି ହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ସାତୋଟି ରୁଟି ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ଟୋକେଇ ଭଙ୍ଗା ଖଣ୍ତ ଉଠାଇ ନେଇଥିଲ?” ସେମାନେ କହିଲେ, ସାତ ଟୋକେଇ। 21ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ?”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 12 ନାଗରିକ ପଞ୍ଜିକାର ଜାନୁଆରୀ 25। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର