ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 26
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 26 ଜାନୁଆରୀ 2027
ମଙ୍ଗଳବାର · ସାଧାରଣ କାଳର ତୃତୀୟ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର ତୃତୀୟ ସପ୍ତାହର ମଙ୍ଗଳବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ସନ୍ଥ ତୀମଥି ଓ ତୀତସ, ଧର୍ମାଧ୍ୟକ୍ଷ · ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
କିମ୍ବା: ତୀତ 1:1–5
1ପାଉଲ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ବନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, 2ପ୍ରିୟ ପୁତ୍ର ତୀମଥିଙ୍କ ନିକଟକୁ ପତ୍ର; ପିତା ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ। 3ପିତୃ-ପୁରୁଷମାନଙ୍କ ମତ ଅନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ବରଙ୍କର ଉପାସନା କରେ, ଦିନରାତି ମୋହର ପ୍ରାର୍ଥନାରେ ସର୍ବଦା ତୁମ୍ଭର ନାମ ସ୍ମରଣ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ; 4ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି; 5କାରଣ ଯେଉଁ ନିଷ୍କପଟ ବିଶ୍ୱାସ ତୁମ୍ଭର ଜେଜେମା ଲୋୟି ଓ ତୁମ୍ଭର ମାଆ ଇଉନୀକୀଙ୍କଠାରେ ଥିଲା, ପୁଣି, ତୁମ୍ଭଠାରେ ମଧ୍ୟ ଅଛି ବୋଲି ମୋହର ଦୃଢ଼ ବିଶ୍ୱାସ, ତୁମ୍ଭର ସେହି ନିଷ୍କପଟ ବିଶ୍ୱାସ ବିଷୟରେ ମୁଁ ଖବର ପାଇଅଛି। 6ଏହି କାରଣରୁ ମୁଁ ତୁମ୍ଭକୁ ସ୍ମରଣ କରାଉଅଛି ଯେ, ତୁମ୍ଭଠାରେ ଈଶ୍ବରଙ୍କ ଯେଉଁ ଅନୁଗ୍ରହ ଦାନ ଅଛି, ତାହା ପୁନର୍ବାର ପ୍ରଜ୍ୱଳିତ କର। 7କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି। 8ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଈଶ୍ବରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର;
ପ୍ରତିଉତ୍ତର ଗୀତ
1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ। 3ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ। 6ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ। 7ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ; ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି। 9ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ। 10ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ; ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ।
ସୁସମାଚାର
31ସେତେବେଳେ ତାହାଙ୍କ ମାଆ ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇ ପଠାଇଲେ। 32ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମା, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି। 33ସେ ସେମାନଙ୍କୁ ଉତ୍ତର ଦେଲେ, “ମୋହର ମାଆ ଓ ଭାଇମାନେ କିଏ?” 34ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, “ଦେଖ, ମୋହର ମାଆ ଓ ମୋହର ଭାଇମାନେ। 35ଯେ କେହି ଈଶ୍ବରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା।”
ଆଜିର ସନ୍ଥ
- ସନ୍ଥ ତୀମଥି ଓ ତୀତସ, ଧର୍ମାଧ୍ୟକ୍ଷ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର