Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 26

ଅର୍ଥୋଡକ୍ସ ପଞ୍ଜିକା · 13 ଜାନୁଆରୀ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 26 ଜାନୁଆରୀ 2027

ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 35ତମ ସପ୍ତାହ · ସ୍ୱର 1

ପର୍ବ ଓ ସନ୍ଥ

Afterfeast of the Theophany

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଏବ୍ରୀ 9:8–10, 15–23

8ଏଥିରେ ପବିତ୍ର ଆତ୍ମା ଏହା ପ୍ରକାଶ କରନ୍ତି ଯେ, ପ୍ରଥମ ତମ୍ବୁ ରହିଥିବା ପର୍ଯ୍ୟନ୍ତ ପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ପ୍ରକାଶିତ ହୋଇ ନାହିଁ। 9ଏହି ପ୍ରଥମ ତମ୍ବୁ ବର୍ତ୍ତମାନ ସମୟ ନିମନ୍ତେ ନିଦର୍ଶନ ସ୍ୱରୂପ, ଆଉ ତଦନୁସାରେ ଦାନ ଓ ବଳି ଉଭୟ ଉତ୍ସର୍ଗ କରାଯାଏ, କିନ୍ତୁ ଏହିସବୁ ଉପାସକକୁ ବିବେକଗତ ସିଦ୍ଧି ଦାନ କରିପାରେ ନାହିଁ; 10ଏହି ସମସ୍ତ ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୁଚିକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର। 15ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି। 16କାରଣ ଚୁକ୍ତି କରାଯାଇଥିଲେ ଚୁକ୍ତି କରିଥିବା ବ୍ୟକ୍ତିଙ୍କ ମୃତ୍ୟୁର ପ୍ରମାଣ ଆବଶ୍ୟକ। 17ଯେଣୁ ମୃତ୍ୟୁ ଘଟିଲେ ଚୁକ୍ତି ବଳବନ୍ତ ହୁଏ, କାରଣ ଚୁକ୍ତି କରିଥିବା ଲୋକ ଜୀବିତ ଥିବା ପର୍ଯ୍ୟନ୍ତ ତାହା କଦାପି କାର୍ଯ୍ୟକାରୀ ହୁଏ ନାହିଁ। 18ଏଥିନିମନ୍ତେ ପ୍ରଥମ ନିୟମ ମଧ୍ୟ ବିନା ରକ୍ତରେ ପ୍ରତିଷ୍ଠିତ ହୋଇ ନ ଥିଲା। 19କାରଣ ମୋଶା ଲୋକମାନଙ୍କ ନିକଟରେ ବ୍ୟବସ୍ଥାନୁଯାୟୀ ସମସ୍ତ ଆଜ୍ଞା ପ୍ରକାଶ କଲା ଉତ୍ତାରେ ଜଳ, ଲୋହିତବର୍ଣ୍ଣ ମେଷଲୋମ ଓ ଏଜୋବ ସହିତ ଗୋବତ୍ସ ଓ ଛାଗର ରକ୍ତ ଘେନି ନିୟମପୁସ୍ତକ ଓ ସମସ୍ତ ଲୋକଙ୍କ ଉପରେ ସେଚନ କରି କହିଲେ, 20ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ସେହି ନିୟମର ରକ୍ତ ଏହି। 21ଆହୁରି ମଧ୍ୟ ସେ ତମ୍ବୁ ଓ ଯାଜକୀୟ ପରିଚର୍ଯ୍ୟାର ସମସ୍ତ ପାତ୍ର ଉପରେ ସେହିପରି ରକ୍ତ ସେଚନ କଲେ। 22ପୁଣି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ୱାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପ କ୍ଷମା ହୁଏ ନାହିଁ। 23ଅତଏବ, ସ୍ୱର୍ଗସ୍ଥ ବିଷୟଗୁଡ଼ିକର ଦୃଷ୍ଟାନ୍ତ ସମସ୍ତ ଏହିସବୁ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ ଥିଲା, କିନ୍ତୁ ସ୍ୱର୍ଗୀୟ ବିଷୟଗୁଡ଼ିକ ତ ଏହି ସବୁଠାରୁ ଶ୍ରେଷ୍ଠତର ବଳିଦାନ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ।

ସୁସମାଚାର

ମାର୍କ 8:22–26

22ପରେ ସେମାନେ ବେଥ୍‌ସାଇଦାକୁ ଆସିଲେ। ଆଉ ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ। 23ତେଣୁ ସେ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି, ତାହାର ଅାଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ? 24ସେ ଚାହିଁ କହିଲା, ମୁଁ ମନୁଷ୍ୟମାନଙ୍କୁ ଦେଖୁଅଛି, କାରଣ ମୁଁ ଗଛ ପରି କଅଣ ଚାଲୁଥିବା ଦେଖୁଅଛି। 25ତାହା ପରେ ଯୀଶୁ ପୁଣି, ତାହାର ଆଖିରେ ହାତ ଦେଲେ; ସେଥିରେ ସେ ସ୍ପଷ୍ଟ ରୂପେ ଦେଖିଲା ଓ ସୁସ୍ଥ ହୋଇ ଏକଦୃଷ୍ଟିରେ ସମସ୍ତ ବିଷୟକୁ ଚାହିଁବାକୁ ଲାଗିଲା। 26ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, “ଏ ଗାଁ ଭିତରକୁ ସୁଦ୍ଧା ଯାଅ ନାହିଁ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 13 ନାଗରିକ ପଞ୍ଜିକାର ଜାନୁଆରୀ 26। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର