ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 28
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 28 ଜାନୁଆରୀ 2027
ଗୁରୁବାର · ସାଧାରଣ କାଳର ତୃତୀୟ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର ତୃତୀୟ ସପ୍ତାହର ଗୁରୁବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ସନ୍ଥ ଥୋମାସ୍ ଆକ୍ୱିନାସ୍, ପୁରୋହିତ ଓ ମଣ୍ଡଳୀର ଆଚାର୍ଯ୍ୟ · ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
19ଅତଏବ, ହେ ଭାଇମାନେ, ଯୀଶୁ ବିଚ୍ଛେଦବସ୍ତ୍ର, ଅର୍ଥାତ୍, ଆପଣା ରକ୍ତ ଦ୍ୱାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି, 20ସେହି ପଥରେ ଯୀଶୁଙ୍କ ରକ୍ତ ଦ୍ୱାରା ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ନିମନ୍ତେ ଆମ୍ଭମାନଙ୍କର ସାହସ ଥିବାରୁ 21ପୁଣି, ଈଶ୍ବରଙ୍କ ଗୃହ ଉପରେ ନିଯୁକ୍ତ ଆମ୍ଭମାନଙ୍କର ଜଣେ ମହାଯାଜକ ଥିବାରୁ 22ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତ-ଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ; 23ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ; 24ପୁଣି, ପ୍ରେମ ଓ ସତ୍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ, 25ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ କରିବା, ବିଶେଷ ଭାବରେ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଆଗମନର ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ।
ପ୍ରତିଉତ୍ତର ଗୀତ
1ଦାଉଦଙ୍କର ଗୀତ। ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର। 2କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି। 3କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ? 4ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ। 5ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ। 6ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। [ସେଲା]
ସୁସମାଚାର
21ପୁନଶ୍ଚ ସେ ସେମାନଙ୍କୁ କହିଲେ, “ଦୀପ କଅଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ? 22କାରଣ ପ୍ରକାଶିତ ନ ହେବା ଉଦ୍ଦେଶ୍ୟରେ କିଛି ଗୁପ୍ତ ନାହିଁ; ଆଉ ଯାହା ଗୁପ୍ତ ହୋଇଅଛି, ତାହା ପ୍ରକାଶିତ ହେବା ଉଦ୍ଦେଶ୍ୟରେ ଗୁପ୍ତ ହୋଇଅଛି। 23ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।” 24ଯୀଶୁ ପୁଣି, ସେମାନଙ୍କୁ କହିଲେ, “କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ। ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ। 25କାରଣ ଯାହାର ଅଛି, ତାହାକୁ ଦିଆଯିବ; ଆଉ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ସୁଦ୍ଧା ତାହାଠାରୁ ନିଆଯିବ।”
ଆଜିର ସନ୍ଥ
- ସନ୍ଥ ଥୋମାସ୍ ଆକ୍ୱିନାସ୍, ପୁରୋହିତ ଓ ମଣ୍ଡଳୀର ଆଚାର୍ଯ୍ୟ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର