Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 29

ଅର୍ଥୋଡକ୍ସ ପଞ୍ଜିକା · 16 ଜାନୁଆରୀ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 29 ଜାନୁଆରୀ 2027

ଶୁକ୍ରବାର · ପେଣ୍ଟିକଷ୍ଟ ପରେ 35ତମ ସପ୍ତାହ · ସ୍ୱର 1

ପର୍ବ ଓ ସନ୍ଥ

Veneration of the precious Chains of the Holy and All-Glorious Apostle Peter

ଉପବାସ ଦିନ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଏବ୍ରୀ 11:8, 11–16

8ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ। 11ବିଶ୍ୱାସ ଦ୍ୱାରା ସାରା ନିଜେ ମଧ୍ୟ ପ୍ରତିଜ୍ଞାକାରୀଙ୍କୁ ବିଶ୍ୱସ୍ତ ଜ୍ଞାନ କରି ଗତବୟସ୍କା ହେଲେ ହେଁ ଗର୍ଭଧାରଣ କରିବାକୁ ଶକ୍ତି ପ୍ରାପ୍ତ ହେଲେ; 12ଏହେତୁରୁ ମଧ୍ୟ ମୃତକଳ୍ପ ଜଣେ ବ୍ୟକ୍ତିଙ୍କଠାରୁ ଆକାଶର ନକ୍ଷତ୍ରଗଣ ପରି ଅସଂଖ୍ୟ ଓ ସମୁଦ୍ରତୀରସ୍ଥ ବାଲୁକା ପରି ଅଗଣ୍ୟ ଏକ ଜାତି ଉତ୍ପନ୍ନ ହେଲା। 13ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ। 14କାରଣ ଯେଉଁମାନେ ଏହିପରି କଥା କହନ୍ତି, ସେମାନେ ଯେ ନିଜର ଗୋଟିଏ ଦେଶ ଅନ୍ୱେଷଣ କରୁଅଛନ୍ତି, ଏହା ପ୍ରକାଶ କରନ୍ତି। 15ପୁଣି, ଯେଉଁ ଦେଶରୁ ସେମାନେ ବାହାରି ଆସିଥିଲେ, ଯଦି ପ୍ରକୃତରେ ସେହି ଦେଶକୁ ସ୍ମରଣ କରିଥାଆନ୍ତେ, ତାହାହେଲେ ସେମାନଙ୍କର ବାହୁଡ଼ି ଯିବାକୁ ସୁଯୋଗ ଥିଲା। 16କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍‍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ବର ସେମାନଙ୍କ ଈଶ୍ବର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି।

ପତ୍ର (ଶନିବାର ପାଇଁ)

ଏଫି 5:1–8

1ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ବରଙ୍କ ଅନୁକାରୀ ହୁଅ; 2ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର। 3କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହିସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ; 4ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ। 5କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ପ୍ରତିମାପୂଜକ, ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ବରଙ୍କର ରାଜ୍ୟରେ ଅଧିକାର ନାହିଁ। 6କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ। 7ଅତଏବ ତୁମ୍ଭେମାନେ ସେମାନଙ୍କର ସହଭାଗୀ ହୁଅ ନାହିଁ; 8କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ୱରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ୱରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,

ସୁସମାଚାର

ମାର୍କ 9:33–41

33ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ? 34କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ। 35ସେଥିରେ ଯୀଶୁ ଉପବେଶନ କରି ଦ୍ୱାଦଶ ଶିଷ୍ୟମାନଙ୍କୁ ଆହ୍ୱାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେ ସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ। 36ପୁଣି, ସେ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ, 37ଯେ କେହି ମୋʼ ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ କେବଳ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ। 38ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ। 39କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋʼ ନାମରେ ମହତର କାର୍ଯ୍ୟ କରି ହଠାତ୍‍ ମୋହର ନିନ୍ଦା କରିପାରିବ, ଏପରି ଲୋକ କେହି ନାହିଁ; 40କାରଣ ଯେ ଆମ୍ଭମାନଙ୍କ ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ। 41ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।

ସୁସମାଚାର (ଶନିବାର ପାଇଁ)

ଲୂକ 14:1–11

1ଥରେ ସେ ବିଶ୍ରାମବାର ଦିନରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ। 2ଆଉ ଦେଖ, ତାହାଙ୍କ ସମ୍ମୁଖରେ ଜଣେ ଜଳୋଦର ରୋଗରେ ପୀଡ଼ିତ ଲୋକ ଥିଲେ। 3ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, “ବିଶ୍ରାମବାର ଦିନରେ ସୁସ୍ଥ କରିବା ବିଧିସଙ୍ଗତ କି ନୁହେଁ? କିନ୍ତୁ ସେମାନେ ନୀରବ ରହିଲେ।” 4ପୁଣି, ସେ ତାହାକୁ ଧରି ସୁସ୍ଥ କଲେ ଓ ବିଦାୟ ଦେଲେ। 5ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ମଧ୍ୟରୁ କେହି ଆପଣା ପୁଅ ବା ବଳଦ କୂଅରେ ପଡ଼ିଲେ କଅଣ ତାହାକୁ ବିଶ୍ରାମବାର ଦିନରେ ସେହିକ୍ଷଣି ଉଠାଇବ ନାହିଁ?” 6ଆଉ ସେମାନେ ଏହି ସମସ୍ତ କଥାର କୌଣସି ଉତ୍ତର ଦେଇ ପାରିଲେ ନାହିଁ। 7ପୁଣି, ନିମନ୍ତ୍ରିତ ଲୋକମାନେ କେମିତି ପ୍ରଧାନ ପ୍ରଧାନ ଆସନ ବାଛୁଥିଲେ, ଏହା ଲକ୍ଷ୍ୟ କରି ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଇ କହିଲେ, 8“ଯେତେବେଳେ ତୁମ୍ଭେ କୌଣସି ଲୋକ ଦ୍ୱାରା ବିବାହ ଭୋଜକୁ ନିମନ୍ତ୍ରିତ ହୁଅ, ସେତେବେଳେ ପ୍ରଧାନ ଆସନରେ ବସ ନାହିଁ, କାଳେ ତୁମ୍ଭଠାରୁ ଅଧିକ ମାନ୍ୟଗଣ୍ୟ ବ୍ୟକ୍ତି ତାହାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଥିବେ, 9ଆଉ ଯେ ତୁମ୍ଭକୁ ଓ ତାହାଙ୍କୁ ନିମନ୍ତ୍ରଣ କଲେ, ସେ ଆସି ତୁମ୍ଭକୁ କହିବେ, ‘ଏହାଙ୍କୁ ସ୍ଥାନ ଦିଅ;’ ଆଉ, ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ। 10କିନ୍ତୁ ଯେତେବେଳେ ତୁମ୍ଭେ ନିମନ୍ତ୍ରିତ ହୁଅ, ସେତେବେଳେ ଯାଇ ନିମ୍ନତମ ସ୍ଥାନରେ ବସ, ଯେପରି ତୁମ୍ଭର ନିମନ୍ତ୍ରଣକାରୀ ବ୍ୟକ୍ତି ଆସି ତୁମ୍ଭକୁ କହିବେ, ‘ହେ ବନ୍ଧୁ, ଉଚ୍ଚତର ସ୍ଥାନକୁ ଆସ;’ ସେତେବେଳେ ତୁମ୍ଭ ସହିତ ଭୋଜନରେ ବସୁଥିବା ସମସ୍ତ ଲୋକଙ୍କ ଆଗରେ ତୁମ୍ଭର ଗୌରବ ହେବ। 11କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 16 ନାଗରିକ ପଞ୍ଜିକାର ଜାନୁଆରୀ 29। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର