ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 30
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 30 ଜାନୁଆରୀ 2027
ଶନିବାର · ସାଧାରଣ କାଳର ତୃତୀୟ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର ତୃତୀୟ ସପ୍ତାହର ଶନିବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ଶନିବାରରେ ଧନ୍ୟା କୁମାରୀ ମରୀୟମଙ୍କ ସ୍ମୃତି ଦିବସ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
1ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ। 2ତଦ୍ୱାରା ପ୍ରାଚୀନମାନେ ତ ସୁଖ୍ୟାତି ଲାଭ କଲେ। 8ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ। 9ବିଶ୍ୱାସ ଦ୍ୱାରା ସେ ବିଦେଶୀ ସ୍ୱରୂପେ ପ୍ରତିଜ୍ଞାତ ଦେଶରେ ପ୍ରବାସୀ ହୋଇ ପ୍ରତିଜ୍ଞାର ସହାଧିକାରୀ ଇସ୍ହାକ ଓ ଯାକୁବଙ୍କ ସହିତ ତମ୍ବୁରେ ବାସ କଲେ; 10କାରଣ ଯେଉଁ ନଗର ଭିତ୍ତିମୂଳବିଶିଷ୍ଟ, ପୁଣି, ଯାହାର ଶିଳ୍ପୀ ଓ ନିର୍ମାତା ସ୍ୱୟଂ ଈଶ୍ବର, ଅବ୍ରହାମ ତହିଁର ଅପେକ୍ଷାରେ ଥିଲେ। 11ବିଶ୍ୱାସ ଦ୍ୱାରା ସାରା ନିଜେ ମଧ୍ୟ ପ୍ରତିଜ୍ଞାକାରୀଙ୍କୁ ବିଶ୍ୱସ୍ତ ଜ୍ଞାନ କରି ଗତବୟସ୍କା ହେଲେ ହେଁ ଗର୍ଭଧାରଣ କରିବାକୁ ଶକ୍ତି ପ୍ରାପ୍ତ ହେଲେ; 12ଏହେତୁରୁ ମଧ୍ୟ ମୃତକଳ୍ପ ଜଣେ ବ୍ୟକ୍ତିଙ୍କଠାରୁ ଆକାଶର ନକ୍ଷତ୍ରଗଣ ପରି ଅସଂଖ୍ୟ ଓ ସମୁଦ୍ରତୀରସ୍ଥ ବାଲୁକା ପରି ଅଗଣ୍ୟ ଏକ ଜାତି ଉତ୍ପନ୍ନ ହେଲା। 13ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ। 14କାରଣ ଯେଉଁମାନେ ଏହିପରି କଥା କହନ୍ତି, ସେମାନେ ଯେ ନିଜର ଗୋଟିଏ ଦେଶ ଅନ୍ୱେଷଣ କରୁଅଛନ୍ତି, ଏହା ପ୍ରକାଶ କରନ୍ତି। 15ପୁଣି, ଯେଉଁ ଦେଶରୁ ସେମାନେ ବାହାରି ଆସିଥିଲେ, ଯଦି ପ୍ରକୃତରେ ସେହି ଦେଶକୁ ସ୍ମରଣ କରିଥାଆନ୍ତେ, ତାହାହେଲେ ସେମାନଙ୍କର ବାହୁଡ଼ି ଯିବାକୁ ସୁଯୋଗ ଥିଲା। 16କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ବର ସେମାନଙ୍କ ଈଶ୍ବର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି। 17ବିଶ୍ୱାସ ଦ୍ୱାରା ଅବ୍ରହାମ ପରୀକ୍ଷିତ ହୋଇ ଇସ୍ହାକଙ୍କୁ ଉତ୍ସର୍ଗ କଲେ, ହଁ, ଯେଉଁ ବ୍ୟକ୍ତି ପ୍ରତିଜ୍ଞାସମୂହ ପ୍ରାପ୍ତ ହୋଇଥିଲେ, ଯାହାଙ୍କୁ କୁହାଯାଇଥିଲା ଯେ, 18ଇସ୍ହାକଙ୍କଠାରୁ ତୁମ୍ଭର ବଂଶ ଖ୍ୟାତ ହେବ, ସେହି ବ୍ୟକ୍ତି ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଉତ୍ସର୍ଗ କରିବାକୁ ଯାଉଥିଲେ, 19କାରଣ ଈଶ୍ବର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଆକ୍ଷରିକ ଭାବେ, ସେ ମଧ୍ୟ ତାହାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ।
ପ୍ରତିଉତ୍ତର ଗୀତ
69ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ, 70ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ, 71ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି, 72ଯେପରି ସେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି, 73ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ନିକଟରେ ଯେଉଁ ଶପଥ କରିଥିଲେ, ଆପଣାର ସେହି ପବିତ୍ର ନିୟମ ସ୍ମରଣ କରନ୍ତି, 74ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ, 75ପବିତ୍ରତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି।
ସୁସମାଚାର
35ସେହି ଦିନ ସନ୍ଧ୍ୟା ହୁଅନ୍ତେ ଯୀଶୁ ସେମାନଙ୍କୁ କହିଲେ, “ଆସ, ଆରପାରିକୁ ଯିବା।” 36ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା। 37ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା। 38ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ଡ ଦେଇ ଶୋଇପଡ଼ିଥିଲେ; ଆଉ ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ? 39ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, “ତୁନି ହ, ଚୁପ୍ କର୍।” ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା। 40ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କଅଣ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ?” 41ସେଥିରେ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି?
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର