Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 31

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 31 ଜାନୁଆରୀ 2027

ରବିବାର · ସାଧାରଣ କାଳର ଚତୁର୍ଥ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର ଚତୁର୍ଥ ରବିବାର

ରବିବାର · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଦ୍ବି.ବି 18:15–20

15ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ, ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍‍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ। 16କାରଣ ହୋରେବରେ ସମାଜ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ପ୍ରାର୍ଥନା କରି କହିଥିଲ, “ଆମ୍ଭେ ଯେପରି ନ ମରୁ, ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ରବ ପୁନର୍ବାର ନ ଶୁଣୁ, କିଅବା ଏହି ମହା-ଅଗ୍ନି ଆଉ ନ ଦେଖୁ।” 17ତହିଁରେ ସଦାପ୍ରଭୁ ମୋତେ କହିଲେ, “ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି। 18ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍‍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ। 19ପୁଣି ଆମ୍ଭ ନାମରେ ସେ ଆମ୍ଭର ଯେଉଁ ଯେଉଁ ବାକ୍ୟ କହିବେ, ତାହା ଯିଏ ଶୁଣିବ ନାହିଁ, ତାହାଠାରୁ ଆମ୍ଭେ ତହିଁର ପରିଶୋଧ ନେବା। 20ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍‍ବକ୍ତା ଦୁଃସାହସ କରିବ, ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍‍ବକ୍ତା ମରିବ।

ପ୍ରତିଉତ୍ତର ଗୀତ

ଗୀତ 95:1–2, 6–9

1ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ। 2ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ। 6ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ; 7କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ। 8ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ; 9ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।

ଦ୍ୱିତୀୟ ପାଠ

ପ୍ର.କରି 7:32–35

32କିନ୍ତୁ ତୁମ୍ଭେମାନେ ଯେପରି ଚିନ୍ତିତ ନ ହୁଅ, ଏହା ମୋହର ଇଚ୍ଛା। ଯେ ଅବିବାହିତ, ସେ କିପରି ପ୍ରଭୁଙ୍କର ସନ୍ତୋଷପାତ୍ର ହେବ, ଏଥିପାଇଁ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଏ; 33କିନ୍ତୁ ଯେ ବିବାହିତ, ସେ କିପରି ଆପଣା ଭାର୍ଯ୍ୟାର ସନ୍ତୋଷପାତ୍ର ହେବ, ସେଥିପାଇଁ ସେ ସଂସାର ବିଷୟ ଘେନି ଚିନ୍ତିତ ହୁଏ, ଆଉ ତାହାର ମନ ବିଭକ୍ତ ହୁଏ। 34ଅବିବାହିତ ସ୍ତ୍ରୀ ଓ କୁମାରୀ ଶରୀର ଓ ଆତ୍ମାରେ ପବିତ୍ର ହେବା ନିମନ୍ତେ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଅନ୍ତି; କିନ୍ତୁ ଯେ ବିବାହିତା, ସେ କିପରି ଆପଣା ସ୍ୱାମୀର ସନ୍ତୋଷପାତ୍ର ହେବ, ସେଥିପାଇଁ ସଂସାର ବିଷୟ ଘେନି ଚିନ୍ତିତ ହୁଏ। 35ଏହି କଥା ମୁଁ ତୁମ୍ଭମାନଙ୍କ ନିଜ ହିତ ନିମନ୍ତେ କହୁଅଛି, ତୁମ୍ଭମାନଙ୍କୁ ବନ୍ଧନରେ ଆବଦ୍ଧ କରିବାକୁ କହୁ ନାହିଁ, ମାତ୍ର ତୁମ୍ଭେମାନେ ଯେପରି ଶିଷ୍ଟାଚରଣ କରି ଏକାଗ୍ର ମନରେ ପ୍ରଭୁଙ୍କଠାରେ ନିବିଷ୍ଟ ଥାଅ, ଏଥିପାଇଁ କହୁଅଛି।

ସୁସମାଚାର

ମାର୍କ 1:21–28

21ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ସେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। 22ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ। 23ସେହିକ୍ଷଣି ସେମାନଙ୍କ ସମାଜଗୃହରେ ଥିବା ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ଚିତ୍କାର କରି କହିଲା, 24ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କ ସେହି ପବିତ୍ର ବ୍ୟକ୍ତି। 25ଯୀଶୁ ତାହାକୁ ଧମକ ଦେଇ କହିଲେ, “ଚୁପ୍ କର୍, ଏହାଠାରୁ ବାହାରିଯା।” 26ସେଥିରେ ସେହି ଅଶୁଚି ଆତ୍ମା ତାହାକୁ ମୋଡ଼ିପକାଇ ଅତି ଉଚ୍ଚସ୍ୱରରେ ପାଟି କରି ତାହାଠାରୁ ବାହାରିଗଲା। 27ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କଅଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି। 28ସେଥିରେ ତାହାଙ୍କ ସମ୍ବନ୍ଧୀୟ ସମାଚାର ସେହିକ୍ଷଣି ଗାଲିଲୀର ଚାରିଆଡ଼େ ସମସ୍ତ ଅଞ୍ଚଳରେ ବ୍ୟାପିଗଲା।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର