ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 1
ଅର୍ଥୋଡକ୍ସ ପଞ୍ଜିକା · 19 ଜାନୁଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 1 ଫେବୃଆରୀ 2027
ସୋମବାର · ପେଣ୍ଟିକଷ୍ଟ ପରେ 36ତମ ସପ୍ତାହ · ସ୍ୱର 2
ପର୍ବ ଓ ସନ୍ଥ
Venerable Macarius the Great, of Egypt († c. 390-391)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
17ବିଶ୍ୱାସ ଦ୍ୱାରା ଅବ୍ରହାମ ପରୀକ୍ଷିତ ହୋଇ ଇସ୍ହାକଙ୍କୁ ଉତ୍ସର୍ଗ କଲେ, ହଁ, ଯେଉଁ ବ୍ୟକ୍ତି ପ୍ରତିଜ୍ଞାସମୂହ ପ୍ରାପ୍ତ ହୋଇଥିଲେ, ଯାହାଙ୍କୁ କୁହାଯାଇଥିଲା ଯେ, 18ଇସ୍ହାକଙ୍କଠାରୁ ତୁମ୍ଭର ବଂଶ ଖ୍ୟାତ ହେବ, ସେହି ବ୍ୟକ୍ତି ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଉତ୍ସର୍ଗ କରିବାକୁ ଯାଉଥିଲେ, 19କାରଣ ଈଶ୍ବର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଆକ୍ଷରିକ ଭାବେ, ସେ ମଧ୍ୟ ତାହାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ। 20ବିଶ୍ୱାସ ଦ୍ୱାରା ଇସ୍ହାକ ଭବିଷ୍ୟତ ବିଷୟରେ ମଧ୍ୟ ଯାକୁବ ଓ ଏଷୌଙ୍କୁ ଆଶୀର୍ବାଦ କଲେ। 21ବିଶ୍ୱାସ ଦ୍ୱାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ। 22ବିଶ୍ୱାସ ଦ୍ୱାରା ଯୋଷେଫ ମୃତ୍ୟୁ ସମୟରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରସ୍ଥାନ ବିଷୟ ଉଲ୍ଲେଖ କଲେ, ପୁଣି, ଆପଣା ଅସ୍ଥି ସମ୍ବନ୍ଧରେ ଆଜ୍ଞା ଦେଲେ। 23ବିଶ୍ୱାସ ଦ୍ୱାରା ମୋଶାଙ୍କ ପିତାମାତା ତାହାଙ୍କ ଜନ୍ମ ହେବା ସମୟରେ ତାହାଙ୍କୁ ଗୋଟିଏ ସୁନ୍ଦର ପିଲା ବୋଲି ଦେଖି ରାଜାଜ୍ଞାକୁ ଭୟ ନ କରି ତିନି ମାସ ପର୍ଯ୍ୟନ୍ତ ତାହାଙ୍କୁ ଗୋପନରେ ରଖିଲେ। 27ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲା ପରି ସୁସ୍ଥିର ରହିଲେ। 28ବିଶ୍ୱାସ ଦ୍ୱାରା ସେ ନିସ୍ତାର ପର୍ବ ଓ ରକ୍ତ ସେଚନ ବିଧି ପାଳନ କଲେ, ଯେପରି ପ୍ରଥମଜାତମାନଙ୍କର ସଂହାରକ ସେମାନଙ୍କୁ ସ୍ପର୍ଶ ନ କରନ୍ତି। 29ବିଶ୍ୱାସ ଦ୍ୱାରା ସେମାନେ ଶୁଷ୍କ ଭୂମି ପାର ହେଲା ପରି ସୂଫ ସାଗରର ଭିତର ଦେଇ ପାର ହେଲେ, କିନ୍ତୁ ମିସରୀୟମାନେ ପାର ହେବାକୁ ଚେଷ୍ଟା କରିବାକୁ ଯାଇ ବୁଡ଼ି ମଲେ। 30ବିଶ୍ୱାସ ଦ୍ୱାରା ଯିରୀହୋ ପ୍ରାଚୀର ସାତ ଦିନ ପର୍ଯ୍ୟନ୍ତ ଘେରିଲା ଉତ୍ତାରେ ଭୂମିସାତ୍ ହେଲା। 31ବିଶ୍ୱାସ ଦ୍ୱାରା ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆଶ୍ରୟ ଦେବାରୁ ଅନାଜ୍ଞାବହମାନଙ୍କ ସହିତ ବିନଷ୍ଟ ହେଲେ ନାହିଁ।
ପତ୍ର (ମଙ୍ଗଳବାର ପାଇଁ)
25ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ କର ନାହିଁ, କାରଣ ଯେଉଁ ମୋଶା ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ଇସ୍ରାଏଲର ଲୋକମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ମଧ୍ୟ ଯେ ରକ୍ଷା ପାଇବା ନାହିଁ, ଏହା ଯେ ଅଧିକ ସୁନିଶ୍ଚିତ! 26ସେତେବେଳେ ଈଶ୍ବରଙ୍କ ସ୍ୱର ପୃଥିବୀକୁ ଟଳମଳ କଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରି କହିଅଛନ୍ତି, “ପୁନର୍ବାର ଆମ୍ଭେ ଯେ କେବଳ ପୃଥିବୀକୁ କମ୍ପାଇବା, ତାହା ନୁହେଁ, ମାତ୍ର ଆକାଶକୁ ମଧ୍ୟ କମ୍ପାଇବା।” 13:22ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି। 23ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇ ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଆସିବି। 24ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ। ଯେଉଁମାନେ ଇତାଲିଆ ଦେଶରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। 25ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।
ପତ୍ର (ସନ୍ଥ ମହାନ ମାକାରିୟସ୍ଙ୍କ ପାଇଁ)
22କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, 23ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ। 24ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି। 25ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ। 26ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ। 6:1ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ। 2ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।
ସୁସମାଚାର
42ଆଉ, ଯେ କେହି ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା। 43ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। 44[କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।] 45ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ, ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। 46[କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।] 47ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ପକାଅ; ଦୁଇ ଚକ୍ଷୁ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ; 48କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ। 49ଯେଣୁ ପ୍ରତ୍ୟେକ ଜଣ ଅଗ୍ନିରେ ଲବଣାକ୍ତ ହେବ। 50ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ୱହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ୱାଦଯୁକ୍ତ କରିବ? ତୁମ୍ଭେମାନେ ଆପଣାଠାରେ ଲବଣତ୍ଵ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ। 10:1ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ଯିହୂଦିୟା ପ୍ରଦେଶର ସୀମା ଓ ଯର୍ଦ୍ଦନ ନଦୀର ଅପର ପାରିକୁ ଆସିଲେ; ଆଉ ଲୋକସମୂହ ପୁନର୍ବାର ତାହାଙ୍କ ନିକଟରେ ଏକତ୍ର ହୁଅନ୍ତେ ସେ ନିଜ ରୀତି ଅନୁସାରେ ସେମାନଙ୍କୁ ପୁଣି, ଶିକ୍ଷା ଦେବାକୁ ଲାଗିଲେ।
ସୁସମାଚାର (ମଙ୍ଗଳବାର ପାଇଁ)
2ଇତିମଧ୍ୟରେ ଫାରୂଶୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଆପଣା ସ୍ତ୍ରୀକୁ ପରିତ୍ୟାଗ କରିବା କଅଣ ପୁରୁଷ ପକ୍ଷରେ ନ୍ୟାୟସଙ୍ଗତ? 3ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି?” 4ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି। 5ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ସେ ତୁମ୍ଭମାନଙ୍କ ନିମନ୍ତେ ଏହି ଆଜ୍ଞା ଲେଖିଅଛନ୍ତି। 6କିନ୍ତୁ ସୃଷ୍ଟିର ଆରମ୍ଭରୁ ଈଶ୍ବର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ। 7ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କଠାରୁ ଅଲଗା ହେବ, ଆଉ ସେମାନେ ଦୁହେଁ ଏକାଙ୍ଗ ହେବେ। 8ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। 9ଅତଏବ, ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଭିନ୍ନ ନ କରୁ।” 10ପରେ ଶିଷ୍ୟମାନେ ଘରେ ଯୀଶୁଙ୍କୁ ଏ ବିଷୟ ପୁନର୍ବାର ପଚାରିବାକୁ ଲାଗିଲେ। 11ସେଥିରେ ସେ ସେମାନଙ୍କୁ କହିଲେ, “ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ; 12ଆଉ, ଯଦି ସ୍ତ୍ରୀ ଆପଣା ସ୍ୱାମୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ତେବେ ସେ ବ୍ୟଭିଚାର କରେ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 19 ନାଗରିକ ପଞ୍ଜିକାର ଫେବୃଆରୀ 1। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର