Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 2

ଅର୍ଥୋଡକ୍ସ ପଞ୍ଜିକା · 20 ଜାନୁଆରୀ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 2 ଫେବୃଆରୀ 2027

ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 36ତମ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

Venerable Euthymius the Great († 473)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ସନ୍ଧ୍ୟା ପ୍ରାର୍ଥନା: ପାଠ

ଏହି ଅନୁବାଦରେ ନାହିଁ

ସନ୍ଧ୍ୟା ପ୍ରାର୍ଥନା: ପାଠ

ଏହି ଅନୁବାଦରେ ନାହିଁ

ସନ୍ଧ୍ୟା ପ୍ରାର୍ଥନା: ପାଠ

ଏହି ଅନୁବାଦରେ ନାହିଁ

ପ୍ରଭାତୀ ପ୍ରାର୍ଥନା: ସୁସମାଚାର

ମାଥି 11:27–30

27ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ। 28ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି। 29ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; 30ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”

ପତ୍ର (ସନ୍ଥ ଇଉଥିମିୟସ୍‌ଙ୍କ ପାଇଁ)

ଏବ୍ରୀ 13:17–21

17ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରିପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ। 18ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ। 19ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇପାରିବି, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି। 20ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ; 21ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।

ସୁସମାଚାର (ସନ୍ଥ ଇଉଥିମିୟସ୍‌ଙ୍କ ପାଇଁ)

ଲୂକ 6:17–23

17ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ; 18ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ; 19ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା। 20ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, “ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର। 21ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ। 22ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ। 23ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 20 ନାଗରିକ ପଞ୍ଜିକାର ଫେବୃଆରୀ 2। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର