ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 3
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 3 ଫେବୃଆରୀ 2027
ବୁଧବାର · ସାଧାରଣ କାଳର ଚତୁର୍ଥ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର ଚତୁର୍ଥ ସପ୍ତାହର ବୁଧବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ଆନ୍ସଗାର୍, ଧର୍ମାଧ୍ୟକ୍ଷ · ଇଚ୍ଛାଧୀନ ସ୍ମୃତି ଦିବସ
ସନ୍ଥ ବ୍ଲେଜ୍, ଧର୍ମାଧ୍ୟକ୍ଷ ଓ ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
4ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏଁ ରକ୍ତ-ବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ, 5ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, “ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ; 6କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି, ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି।” 7ଶାସନ ଉଦ୍ଦେଶ୍ୟରେ ତ ତୁମ୍ଭେମାନେ କ୍ଳେଶ ସହ୍ୟ କରୁଅଛ ଈଶ୍ବର ତୁମ୍ଭମାନଙ୍କ ସହିତ ପୁତ୍ର ତୁଲ୍ୟ ବ୍ୟବହାର କରୁଅଛନ୍ତି, କାରଣ ପିତା ଯାହାକୁ ଶାସନ ନ କରନ୍ତି, ଏପରି ପୁତ୍ର କିଏ ଅଛି? 11ଶାସନ ବର୍ତ୍ତମାନ ଆନନ୍ଦଜନକ ବୋଧ ନ ହୋଇ ଦୁଃଖଜନକ ବୋଧ ହୁଏ ତଥାପି ଯେଉଁମାନେ ତଦ୍ୱାରା ଶିକ୍ଷା ପ୍ରାପ୍ତ କରିଅଛନ୍ତି, ତାହା ପରେ ସେମାନଙ୍କୁ ଶାନ୍ତିର ଫଳ ସ୍ୱରୂପ ଧାର୍ମିକତା ପ୍ରଦାନ କରେ। 12ଅତଏବ, ତୁମ୍ଭେମାନେ ଦୁର୍ବଳ ହସ୍ତ ଓ ଅବଶ ଜାନୁ ସବଳ କର, 13ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ। 14ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର, 15କାଳେ କେହି ଈଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;
ପ୍ରତିଉତ୍ତର ଗୀତ
1ଦାଉଦଙ୍କର ଗୀତ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର। 2ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ; 13ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି। 14କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ଯେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି। 17ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି, 18ପୁଣି, ପାଳନାର୍ଥେ ତାହାଙ୍କ ନିୟମସବୁ ସ୍ମରଣ କରନ୍ତି, ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ।
ସୁସମାଚାର
1ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ନିଜ ପୈତୃକ ନଗରକୁ ଆସିଲେ ଓ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁସରଣ କଲେ। 2ବିଶ୍ରାମବାର ଉପସ୍ଥିତ ହୁଅନ୍ତେ ସେ ସମାଜଗୃହରେ ଶିକ୍ଷା ଦେବାକୁ ଲାଗିଲେ; ଆଉ ଅନେକେ ତାହାଙ୍କର କଥା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏହିସବୁ କେଉଁଠାରୁ ହେଲା? ପୁଣି, ଏହାକୁ ଯେଉଁ ଜ୍ଞାନ ଦିଆଯାଇଅଛି ଓ ଯେଉଁ ଶକ୍ତିର କାର୍ଯ୍ୟ ଏହାର ହସ୍ତ ଦ୍ୱାରା ସାଧିତ ହେଉଅଛି, ଏସବୁ ବା କଅଣ? 3ଏ କି ସେହି ବଢ଼େଇ ନୁହେଁ? ଏ କି ମରୀୟମର ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନର ଭାଇ ନୁହେଁ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ। 4ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ନିଜ ପୈତୃକ ନଗର, ନିଜ ଜ୍ଞାତି ଓ ନିଜ ପରିବାର ବିନା ଭାବବାଦୀ ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।” 5ପୁଣି, ଅଳ୍ପ କେତେକ ରୋଗୀ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବିନା ସେ ସ୍ଥାନରେ ସେ ଆଉ କୌଣସି ମହତର କାର୍ଯ୍ୟ କରିପାରିଲେ ନାହିଁ। 6ପୁଣି, ସେମାନଙ୍କ ଅବିଶ୍ୱାସ ହେତୁ ଚମତ୍କୃତ ହେଲେ।
ଆଜିର ସନ୍ଥ
- ସନ୍ଥ ଆନ୍ସଗାର୍, ଧର୍ମାଧ୍ୟକ୍ଷ
- ସନ୍ଥ ବ୍ଲେଜ୍, ଧର୍ମାଧ୍ୟକ୍ଷ ଓ ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର