Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 3

ଅର୍ଥୋଡକ୍ସ ପଞ୍ଜିକା · 21 ଜାନୁଆରୀ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 3 ଫେବୃଆରୀ 2027

ବୁଧବାର · ପେଣ୍ଟିକଷ୍ଟ ପରେ 36ତମ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

Venerable Maximus the Confessor († 662)

ଉପବାସ ଦିନ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଯାକୁ 1:1–18

1ଈଶ୍ବରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର। 2ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ, 3ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ। 4ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ। 5କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ। 6କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ। 7ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ; 8ସେ ତ ଦ୍ୱିମନା ଲୋକ, ଆପଣାର ସମସ୍ତ ଗତିରେ ଅସ୍ଥିର। 9ଦୀନ ଅବସ୍ଥାର ଭ୍ରାତା ଆପଣାର ଉନ୍ନତ ଅବସ୍ଥାରେ ଦର୍ପ କରୁ, 10ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ। 11ଯେଣୁ ସୂର୍ଯ୍ୟ ସତାପରେ ଉଦୟ ହୁଅନ୍ତେ, ଘାସ ଯେପରି ଶୁଖିଯାଏ ଓ ତାହାର ଫୁଲ ଝଡ଼ିପଡ଼େ ପୁଣି, ତାହାର ରୂପର ସୌନ୍ଦର୍ଯ୍ୟ ନାଶ ହୁଏ, ସେହିପରି ଧନୀ ଲୋକ ହିଁ ଆପଣାର ସବୁ ଗତିରେ ଝାଉଁଳି ପଡ଼ିବ। 12ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ। 13କେହି ପରୀକ୍ଷିତ ହେଲେ, ମୋହର ଏହି ପରୀକ୍ଷା ଈଶ୍ବରଙ୍କ ଆଡ଼ୁ ହେଉଅଛି ବୋଲି ନ କହୁ, କାରଣ ଈଶ୍ବର ମନ୍ଦରେ ପରୀକ୍ଷିତ ହୋଇପାରନ୍ତି ନାହିଁ, ଆଉ ସେ ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ। 14କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ; 15ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ। 16ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ। 17ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ। 18ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ-ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।

ସୁସମାଚାର

ମାର୍କ 10:11–16

11ସେଥିରେ ସେ ସେମାନଙ୍କୁ କହିଲେ, “ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ; 12ଆଉ, ଯଦି ସ୍ତ୍ରୀ ଆପଣା ସ୍ୱାମୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ତେବେ ସେ ବ୍ୟଭିଚାର କରେ।” 13ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ଶିଶୁମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ। 14ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, “ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର। 15ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।” 16ପୁଣି, ଯୀଶୁ ଶିଶୁମାନଙ୍କୁ କୋଳରେ ଘେନି ଓ ସେମାନଙ୍କ ଉପରେ ହାତ ଥୋଇ ସେମାନଙ୍କୁ ଆଶୀର୍ବାଦ କଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 21 ନାଗରିକ ପଞ୍ଜିକାର ଫେବୃଆରୀ 3। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର