Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 4

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 4 ଫେବୃଆରୀ 2027

ଗୁରୁବାର · ସାଧାରଣ କାଳର ଚତୁର୍ଥ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର ଚତୁର୍ଥ ସପ୍ତାହର ଗୁରୁବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଏବ୍ରୀ 12:18–19, 21–24

18କାରଣ ତୁମ୍ଭେମାନେ ସ୍ପୃଶ୍ୟ ପର୍ବତ ଓ ପ୍ରଜ୍ୱଳିତ ଅଗ୍ନି ନିକଟକୁ ପୁଣି, ନିବିଡ଼ ମେଘ, ଅନ୍ଧକାର, ଝଡ଼, 19ତୂରୀଧ୍ୱନୀ ଓ ବାକ୍ୟର ଶବ୍ଦ ନିକଟକୁ ଆସି ନାହଁ, ଶ୍ରୋତାମାନେ ସେହି ଶବ୍ଦ ଶୁଣି ଯେପରି ସେମାନଙ୍କୁ ଆଉ କୌଣସି ବାକ୍ୟ କୁହା ନ ଯାଏ, ଏହା ନିବେଦନ କରିଥିଲେ; 21ଆଉ ସେହି ଦୃଶ୍ୟ ଏପରି ଭୟଙ୍କର ଥିଲା ଯେ, ମୋଶା ହିଁ କହିଲେ, “ମୁଁ ଅତ୍ୟନ୍ତ ଭୀତ ଓ କମ୍ପିତ ହେଉଅଛି।” 22କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ବରଙ୍କ ନଗର, ଅର୍ଥାତ୍‍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ, 23ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ବର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ, 24ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।

ପ୍ରତିଉତ୍ତର ଗୀତ

ଗୀତ 48:1–3, 8–10

1ଗୀତ: କୋରହ-ସନ୍ତାନମାନଙ୍କର ଗୀତ। ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ। 2ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର। 3ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି। 8ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। [ସେଲା] 9ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ। 10ହେ ପରମେଶ୍ୱର, ଯେପରି ତୁମ୍ଭର ନାମ, ସେହିପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ।

ସୁସମାଚାର

ମାର୍କ 6:7–13

7ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ସେ ବାର ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ, 8ଆଉ ଯାତ୍ରା ନିମନ୍ତେ କେବଳ ଖଣ୍ଡେ ବାଡ଼ି ବିନା ରୁଟି କି ଝୋଲି କି ଗାଞ୍ଜିଆରେ ପଇସା ନ ନେବାକୁ ସେମାନଙ୍କୁ ଆଜ୍ଞା ଦେଲେ; 9କିନ୍ତୁ ସେମାନଙ୍କୁ ପାଦୁକା ପିନ୍ଧିବାକୁ କହିଲେ, ଦୁଇଟି ଅଙ୍ଗରଖା ପିନ୍ଧିବାକୁ ବାରଣ କଲେ। 10ପୁଣି, ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ। 11ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ।” 12ସେଥିରେ ସେମାନେ ପ୍ରସ୍ଥାନ କରି ମନ-ପରିବର୍ତ୍ତନ କରିବା ଯେ କର୍ତ୍ତବ୍ୟ, ଏହା ପ୍ରଚାର କଲେ, 13ପୁଣି, ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର