Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 5

ଅର୍ଥୋଡକ୍ସ ପଞ୍ଜିକା · 23 ଜାନୁଆରୀ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 5 ଫେବୃଆରୀ 2027

ଶୁକ୍ରବାର · ପେଣ୍ଟିକଷ୍ଟ ପରେ 36ତମ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

Hieromartyr Clement, Bishop of Ancyra, and Martyr Agathangelus († c. 312)

ଉପବାସ ଦିନ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଯାକୁ 2:1–13

1ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ। 2କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି, ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ, 3ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହୁଅ, 4କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କଅଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ? 5ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି? 6କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ। ଧନୀମାନେ କଅଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ? 7ଯେଉଁ ମହତ ନାମରେ ତୁମ୍ଭେମାନେ ଖ୍ୟାତ ସେମାନେ କଅଣ ସେହି ନାମର ନିନ୍ଦା କରନ୍ତି ନାହିଁ? 8ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର, 9ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ। 10କାରଣ ଯେ କେହି ସମସ୍ତ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ। 11ଯେଣୁ ଯେ ବ୍ୟଭିଚାର କର ନାହିଁ ବୋଲି କହିଥିଲେ, ସେ ନରହତ୍ୟା କର ନାହିଁ ବୋଲି ମଧ୍ୟ କହିଥିଲେ, ଏଣୁ ତୁମ୍ଭେ ଯଦି ବ୍ୟଭିଚାର ନ କରି ନରହତ୍ୟା କର, ତେବେ ବ୍ୟବସ୍ଥା ଲଙ୍ଘନକାରୀ ହୋଇଅଛ। 12ସ୍ୱାଧୀନତାର ବ୍ୟବସ୍ଥା ଦ୍ୱାରା ଯେ ତୁମ୍ଭେମାନେ ବିଚାରିତ ହେବ, ଏହା ଜାଣି ସେହି ପ୍ରକାର କଥା କୁହ ଓ କାର୍ଯ୍ୟ କର। 13କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।

ସୁସମାଚାର

ମାର୍କ 10:23–32

23ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବେ!” 24ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ୱିତ ହେଲେ। କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, “ବତ୍ସଗଣ, ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର! 25ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ଯିବାର ସହଜ।” 26ଏଥିରେ ସେମାନେ ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହୋଇ ପରସ୍ପରକୁ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ? 27ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟ ନିମନ୍ତେ ଅସାଧ୍ୟ, କିନ୍ତୁ ଈଶ୍ବରଙ୍କ ନିମନ୍ତେ ନୁହେଁ; କାରଣ ଈଶ୍ବରଙ୍କ ନିମନ୍ତେ ସମସ୍ତ ସାଧ୍ୟ।” 28ପିତର ତାହାଙ୍କୁ କହିବାକୁ ଲାଗିଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ। 29ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ମୋହର ଓ ସୁସମାଚାର ନିମନ୍ତେ ଗୃହ କିମ୍ବା ଭାଇ କି ଭଉଣୀ କି ମାତା କି ପିତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରିଅଛି, 30ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ। 31କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।” 32ସେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଥିବା ସମୟରେ ପଥ ମଧ୍ୟରେ ଥିଲେ ଓ ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ, ଆଉ ଶିଷ୍ୟମାନେ ବିସ୍ମୟାନ୍ୱିତ ଓ ପଛରେ ଆସୁଥିବା ଲୋକେ ଭୀତ ହୋଇଥିଲେ। ଏଣୁ ସେ ପୁନର୍ବାର ବାର ଶିଷ୍ୟଙ୍କୁ ଅନ୍ତର କରି, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ସେମାନଙ୍କୁ ଜଣାଇବାକୁ ଲାଗିଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 23 ନାଗରିକ ପଞ୍ଜିକାର ଫେବୃଆରୀ 5। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର