Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 6

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 6 ଫେବୃଆରୀ 2027

ଶନିବାର · ସାଧାରଣ କାଳର ଚତୁର୍ଥ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର ଚତୁର୍ଥ ସପ୍ତାହର ଶନିବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ନାଲି

ସନ୍ଥ ପଲ୍ ମିକି ଓ ସାଥୀମାନେ, ଶହୀଦ · ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଏବ୍ରୀ 13:15–17, 20–21

15ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ। 16ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ। 17ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରିପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ। 20ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ; 21ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।

ପ୍ରତିଉତ୍ତର ଗୀତ

ଗୀତ 23:1–6

1ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ। 2ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି। 3ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି। 4ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି। 5ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି। 6ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍‍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।

ସୁସମାଚାର

ମାର୍କ 6:30–34

30ପରେ ପ୍ରେରିତମାନେ ଯୀଶୁଙ୍କ ନିକଟରେ ଏକତ୍ର ହେଲେ, ଆଉ ସେମାନେ ଯାହା ଯାହା କରିଥିଲେ ଓ ଯାହା ଯାହା ଶିକ୍ଷା ଦେଇଥିଲେ, ସେହିସବୁ ତାହାଙ୍କୁ ଜଣାଇଲେ। 31ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅଲଗା ହୋଇ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର।” କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା। 32ତହିଁରେ ସେମାନେ ଅଲଗା ହୋଇ ନୌକାରେ ଗୋଟିଏ ନିର୍ଜନ ସ୍ଥାନକୁ ବାହାରିଗଲେ। 33କିନ୍ତୁ ଅନେକେ ସେମାନଙ୍କୁ ବାହାରି ଯିବାର ଦେଖିଲେ ଓ ଚିହ୍ନିଲେ, ପୁଣି, ଲୋକମାନେ ସମସ୍ତ ନଗରରୁ ପାଦଗତିରେ ସେଠାକୁ ଏକତ୍ର ଦୌଡ଼ିଯାଇ ସେମାନଙ୍କ ଆଗରେ ପହଞ୍ଚିଲେ। 34ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି, ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର