ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 6
ଅର୍ଥୋଡକ୍ସ ପଞ୍ଜିକା · 24 ଜାନୁଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 6 ଫେବୃଆରୀ 2027
ଶନିବାର · ପେଣ୍ଟିକଷ୍ଟ ପରେ 36ତମ ସପ୍ତାହ · ସ୍ୱର 2
ପର୍ବ ଓ ସନ୍ଥ
Venerable Xenia of Rome and her two female slaves (5th C)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
3ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ। 4କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିଅଛୁ। 5ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ। 6ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବନ୍ତ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି।
ପତ୍ର (ରୋମର ସନ୍ଥ କ୍ସେନିଆଙ୍କ ପାଇଁ)
22କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, 23ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ। 24ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି। 25ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ। 26ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ। 6:1ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ। 2ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।
ସୁସମାଚାର
10ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ। 11ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ? 12ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ? 13କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରିପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାରିବ ନାହିଁ।” 14ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। 15ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ବର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ବରଙ୍କ ଦୃଷ୍ଟିରେ ଘୃଣିତ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 24 ନାଗରିକ ପଞ୍ଜିକାର ଫେବୃଆରୀ 6। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର