ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 7
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 7 ଫେବୃଆରୀ 2027
ରବିବାର · ସାଧାରଣ କାଳର ପଞ୍ଚମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର ପଞ୍ଚମ ରବିବାର
ରବିବାର · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
1ପୃଥିବୀରେ କʼଣ ମନୁଷ୍ୟର ଯୁଦ୍ଧ ହୁଏ ନାହିଁ? ଓ ତାହାର ଦିନସମୂହ କʼଣ ବେତନଜୀବୀର ଦିନ ତୁଲ୍ୟ ନୁହେଁ? 2ଦାସ ଯେପରି ଛାୟାର ଆକାଂକ୍ଷା କରେ, ବେତନଜୀବୀ ଯେପରି ଆପଣା ବେତନର ଅପେକ୍ଷା କରେ; 3ମୁଁ ସେପରି ଅସାରତାବିଶିଷ୍ଟ ମାସମାନର ଅଧିକାରୀ କରାଯାଇଅଛି ଓ କ୍ଳାନ୍ତିଜନକ ରାତ୍ରିମାନ ମୋʼ ପାଇଁ ନିରୂପିତ ହୋଇଅଛି। 4ମୁଁ ଶୟନ କାଳରେ କହେ, ‘କେବେ ମୁଁ ଉଠିବି?’ ମାତ୍ର ରାତ୍ରି ଦୀର୍ଘ ହୁଏ; ଆଉ, ମୁଁ ପ୍ରଭାତ ପର୍ଯ୍ୟନ୍ତ ନିରନ୍ତର ଛଟପଟ ହେଉଥାଏ। 6ମୋହର ଦିନ ତନ୍ତୀର ନଳୀଠାରୁ ଶୀଘ୍ରଗାମୀ ଓ ଭରସା ବିନା ବ୍ୟୟ ହୋଇଯାଏ। 7ଆହେ, ମୋହର ପ୍ରାଣ ବାୟୁ ମାତ୍ର ବୋଲି ସ୍ମରଣ କର; ମୋହର ଚକ୍ଷୁ ଆଉ ମଙ୍ଗଳ ଦେଖିବ ନାହିଁ।
ପ୍ରତିଉତ୍ତର ଗୀତ
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। କାରଣ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ। 2ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି। 3ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି। 4ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି। 5ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ। 6ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍ କରନ୍ତି।
ଦ୍ୱିତୀୟ ପାଠ
16କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ଡର ପାତ୍ର। 17କାରଣ ଯଦି ମୁଁ ସ୍ୱେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ୱେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋʼ ଠାରେ ସମର୍ପିତ ହୋଇଅଛି। 18ତେବେ ମୋହର ପୁରସ୍କାର କଅଣ? ତାହା ଏହି ଯେ, ଯେପରି ମୁଁ ସୁସମାଚାରରେ ଥିବା ମୋହର ଅଧିକାର ବ୍ୟବହାର ନ କରି ସୁସମାଚାର ପ୍ରଚାର କରୁ କରୁ ସେହି ସୁସମାଚାରକୁ ବିନାମୂଲ୍ୟର ପ୍ରଚାର କରେ। 19କାରଣ ଯେପରି ମୁଁ ଅଧିକ ସଂଖ୍ୟକ ଲୋକ ଲାଭ କରିପାରେ, ଏଥିପାଇଁ ମୁଁ କାହାରି ଅଧୀନ ନ ହେଲେ ହେଁ ନିଜକୁ ସମସ୍ତଙ୍କ ଦାସ କଲି। 22ଯେପରି ମୁଁ ଦୁର୍ବଳମାନଙ୍କୁ ଲାଭ କରିପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରିପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛି। 23ମୁଁ ଯେପରି ସୁସମାଚାରର ଆଶୀର୍ବାଦର ସହଭାଗୀ ହୁଏ, ଏଥିପାଇଁ ମୁଁ ସୁସମାଚାର ନିମନ୍ତେ ସବୁ କରେ।
ସୁସମାଚାର
29ତତ୍ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସେହିକ୍ଷଣି ଶିମୋନ ଓ ଆନ୍ଦ୍ରିୟଙ୍କ ଗୃହକୁ ଗଲେ। 30ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାହାଙ୍କ କଥା ଯୀଶୁଙ୍କୁ ଜଣାଇଲେ। 31ସେଥିରେ ସେ ପାଖକୁ ଯାଇ ତାହାଙ୍କ ହସ୍ତ ଧରି ତାହାଙ୍କୁ ଉଠାଇଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେମାନଙ୍କ ସେବା କରିବାକୁ ଲାଗିଲେ। 32ସନ୍ଧ୍ୟା ସମୟରେ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ଲୋକେ ତାହାଙ୍କ ଛାମୁକୁ ପୀଡ଼ିତ ଓ ଭୂତଗ୍ରସ୍ତ ସମସ୍ତଙ୍କୁ ଆଣିବାକୁ ଲାଗିଲେ, 33ପୁଣି, ନଗରବାସୀ ସମସ୍ତେ ଦ୍ୱାର ନିକଟରେ ଏକତ୍ର ହେଲେ। 34ସେଥିରେ ସେ ନାନା ପ୍ରକାର ରୋଗରେ ପୀଡ଼ିତ ଅନେକ ରୋଗୀଙ୍କୁ ସୁସ୍ଥ କଲେ ଓ ଅନେକ ଭୂତ ଛଡ଼ାଇଲେ, ପୁଣି, ସେ ଭୂତମାନଙ୍କୁ କଥା କହିବାକୁ ଦେଲେ ନାହିଁ, କାରଣ ସେମାନେ ତାହାଙ୍କୁ ଚିହ୍ନୁ ଥିଲେ। 35ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ। 36ଆଉ ଶିମୋନ ଓ ତାହାଙ୍କ ସଙ୍ଗୀମାନେ ତାହାଙ୍କର ଅନୁସନ୍ଧାନ କରି, 37ସାକ୍ଷାତ ପାଇ ତାହାଙ୍କୁ କହିଲେ, ସମସ୍ତେ ଆପଣଙ୍କର ଅନ୍ୱେଷଣ କରୁଅଛନ୍ତି। 38ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍ ନିକଟବର୍ତ୍ତୀ ଗ୍ରାମମାନଙ୍କୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି।” 39ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର