ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 8
ଅର୍ଥୋଡକ୍ସ ପଞ୍ଜିକା · 26 ଜାନୁଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 8 ଫେବୃଆରୀ 2027
ସୋମବାର · ପେଣ୍ଟିକଷ୍ଟ ପରେ 37ତମ ସପ୍ତାହ · ସ୍ୱର 3
ପର୍ବ ଓ ସନ୍ଥ
Venerable Xenophon with his wife Mary, and their sons Arcadius and John of Constantinople (5th-6th C)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
14ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ୱାସ କଅଣ ତାହାର ପରିତ୍ରାଣ କରିପାରେ? 15ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ, 16ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ? 17ସେହିପରି ମଧ୍ୟ ବିଶ୍ୱାସ, କର୍ମ ବିନା ନିଜେ ମୃତ। 18କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ୱାସ ଅଛି, ପୁଣି, ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି। 19ଈଶ୍ବର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି। 20କିନ୍ତୁ ହେ ନିର୍ବୋଧ ମନୁଷ୍ୟ, କର୍ମ ବିନା ବିଶ୍ୱାସ ଯେ ନିଷ୍ଫଳ, ଏହା କଅଣ ଜାଣିବାକୁ ଇଚ୍ଛା କରୁଅଛ? 21ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍ହାକଙ୍କୁ ଉତ୍ସର୍ଗ କରିବା ବେଳେ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ? 22ତୁମ୍ଭେ ଦେଖୁଅଛ ଯେ, ବିଶ୍ୱାସ ତାହାଙ୍କ କର୍ମର ସହକାରୀ ଥିଲା, ଆଉ କର୍ମ ଦ୍ୱାରା ବିଶ୍ୱାସ ସିଦ୍ଧ ହେଲା; 23ସେଥିରେ ଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା, ପୁଣି, ସେ ଈଶ୍ବରଙ୍କ ମିତ୍ର ବୋଲି ଖ୍ୟାତ ହେଲେ। 24କେବଳ ବିଶ୍ୱାସ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କର୍ମ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ତୁମ୍ଭେମାନେ ଦେଖୁଅଛ। 25ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ? 26କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ।
ସୁସମାଚାର
46ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ୱରେ ବସିଥିଲା। 47ସେ ଯେ ନାଜରିତୀୟ ଯୀଶୁ, ଏହା ଶୁଣି ସେ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ଯୀଶୁ, ମୋତେ ଦୟା କରନ୍ତୁ। 48ଏଥିରେ ଅନେକେ ତାହାକୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ। 49ସେଥିରେ ଯୀଶୁ ଠିଆ ହୋଇ କହିଲେ, “ତାହାକୁ ଡାକ।” ସେମାନେ ସେହି ଅନ୍ଧ ଲୋକଟିକୁ ଡାକି କହିଲେ, ସାହସ ଧର, ଉଠ, ସେ ତୁମକୁ ଡାକୁଅଛନ୍ତି। 50ତହିଁରେ ସେ ଆପଣା ଚାଦର ଫୋପାଡ଼ିଦେଇ ଉଠି ଯୀଶୁଙ୍କ ନିକଟକୁ ଆସିଲା। 51ଯୀଶୁ ତାହାକୁ ଉତ୍ତର ଦେଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?” ସେହି ଅନ୍ଧ ଲୋକଟି ତାହାଙ୍କୁ କହିଲା, ହେ ଗୁରୁ, ମୁଁ ଯେପରି ଦୃଷ୍ଟି ପାଏ। 52ଯୀଶୁ ତାହାକୁ କହିଲେ, “ଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।” ତତ୍କ୍ଷଣାତ୍ ସେ ଦୃଷ୍ଟି ପାଇ ପଥରେ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 26 ନାଗରିକ ପଞ୍ଜିକାର ଫେବୃଆରୀ 8। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର