ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 9
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 9 ଫେବୃଆରୀ 2027
ମଙ୍ଗଳବାର · ସାଧାରଣ କାଳର ପଞ୍ଚମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର ପଞ୍ଚମ ସପ୍ତାହର ମଙ୍ଗଳବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
20ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।” 21ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। 22ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।” 23ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା। 24ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟ ପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟ ପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା। 25ଏହିରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟ ପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେସମସ୍ତ ଉତ୍ତମ ଦେଖିଲେ। 26ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।” 27ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ। 28ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।” 29ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ। 30ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା। 31ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା। 2:1ଏହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା। 2ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ। 3ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ। 4ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,
ପ୍ରତିଉତ୍ତର ଗୀତ
3ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,) 4ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ? 5ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ। 6ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ; 7ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ; 8ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।
ସୁସମାଚାର
1ପରେ ଫାରୂଶୀମାନେ ଓ ଯିରୂଶାଲମ ସହରରୁ ଆସିଥିବା କେତେକ ଶାସ୍ତ୍ରୀ ତାହାଙ୍କ ନିକଟରେ ଏକତ୍ର ହେଲେ। 2ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍ ଅଧୁଆ ହାତରେ ଖାଇବା ଦେଖିଲେ। 3ଫାରୂଶୀମାନେ ଓ ସମସ୍ତ ଯିହୁଦୀ ଲୋକ ପ୍ରାଚୀନମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲ ରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ। 4ପୁଣି, ହାଟବଜାରରୁ ଆସି ନିଜେ ଧୋଇ ନ ହେବା ପର୍ଯ୍ୟନ୍ତ ଖାଆନ୍ତି ନାହିଁ; ଆଉ, ଗିନା, ଢାଳ ଓ ପିତଳ ପାତ୍ରଗୁଡ଼ିକ ପାଣିରେ ବୁଡ଼ାଇ ଧୋଇବା ଇତ୍ୟାଦି ଅନ୍ୟାନ୍ୟ ଅନେକ ରୀତିନୀତି ପାଳନ କରିବା ନିମନ୍ତେ ସେମାନେ ଆଦେଶପ୍ରାପ୍ତ କରିଅଛନ୍ତି। 5ଏଣୁ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ତାହାଙ୍କୁ ପଚାରିଲେ, ଆପଣଙ୍କର ଶିଷ୍ୟମାନେ ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅନୁସାରେ କାହିଁକି ଆଚରଣ ନ କରି ଅଶୁଚି ହସ୍ତରେ ଭୋଜନ କରନ୍ତି? 6ସେ ସେମାନଙ୍କୁ କହିଲେ, “ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖାଅଛି, ‘ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ। 7ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।’ 8ତୁମ୍ଭେମାନେ ଈଶ୍ବରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ।” 9ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ବରଙ୍କ ଆଜ୍ଞା ଅଧିକ ଅଗ୍ରାହ୍ୟ କରୁଅଛ! 10କାରଣ ମୋଶା କହିଅଛନ୍ତି, ‘ଆପଣା ପିତାମାତାଙ୍କୁ ସମାଦର କର, ଆଉ ଯେ କେହି ଆପଣା ପିତା କି ମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’ 11କିନ୍ତୁ ତୁମ୍ଭେମାନେ କୁହ, କେହି ଯେବେ ପିତା କି ମାତାକୁ କହେ, ମୋʼଠାରୁ, ଯାହା ଦ୍ୱାରା ତୁମ୍ଭର ଉପକାର ହୋଇଥାଆନ୍ତା, ତାହା ‘କର୍ବାନ୍’, ଅର୍ଥାତ୍ ଈଶ୍ବରଙ୍କୁ ସମର୍ପିତ ହୋଇଅଛି, 12ତେବେ ତୁମ୍ଭେମାନେ ତାହାକୁ ପିତା କି ମାତାର କିଛି ଉପକାର କରିବାକୁ ଆଉ ଦେଉ ନ ଥାଅ; 13ଏହି ରୂପେ ତୁମ୍ଭେମାନେ ସ୍ୱପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର